ପ୍ରମୂଖ ଖବର
  • ଅପରେସନ୍ ସିନ୍ଦୂରରେ ନେଇ ପ୍ରେସମିଟି, ପିଏଲ୍- ୧୫ ବ୍ୟବହାର କରିଥିଲା ପାକିସ୍ତାନ
  • ||
  • ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ, ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର ନୂଆ ଷ୍ଟେସନ୍‌ରୁ ଯାତ୍ରା ଆରମ୍ଭ କଲା ୩ ଏକ୍ସପ୍ରେସ୍ ଟ୍ରେନ୍‌, ଉପକୃତ ହେବେ ଯାତ୍ରୀ
  • ||
  • ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ବିରାଟ କୋହଲି, ସୋସିଆଲ୍ ମିଡିଆରେ ପୋଷ୍ଟ କରି ଅବସର ଘୋଷଣା କଲେ
  • ||
  • ମୟୂରଭଞ୍ଜ : ବେଆଇନ ଗୋ ଚାଲାଣ ବେଳେ ପୋଲିସର ଚଢାଉ, ୨୭ ଟି ଗୋରୁ ଉଦ୍ଧାର, ଚାଳକ ଅଟକ
  • ||
  • ଗଞ୍ଜାମ : ପାତିସୁନାପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ସୁରକ୍ଷା ପାଇଁ ୫ ପ୍ଲାଟୁନ ପୋଲିସ ମୁତୟନ
  • ||
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ଗାଈକୁ ବଞ୍ଚାଇବାକୁ ଯାଇ ରାସ୍ତା କଡ଼କୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

Published By : Prameya | May 12, 2025 8:27 PM

ମୋହନା, ୧୨।୫ :   ଗୋଟିଏ ଗାଈକୁ ବଞ୍ଚାଇବାକୁ ଯାଇ ରାସ୍ତା କଡ଼କୁ ଖସିଲା ବସ l ଏଭଳି ଦୁର୍ଘଟଣା ଘଟିଛି ଗଜପତି ଜିଲ୍ଲା ରା.ଉଦୟଗିରି ଥାନା ଛେଳିଗଡ଼ ହାଟପଦାରେ l ବସ ଧକ୍କାରେ ଗାଈ ଆହତ ହୋଇଥିବା ବେଳେ ସୌଭାଗ୍ୟ ବଶତଃ ବର୍ତ୍ତୀ ଯାଇଛନ୍ତି ୫୦ ରୁ ଅଧିକ ବସଯାତ୍ରୀ l 

ସୋମବାର ସକାଳେ ଏକ ଯାତ୍ରୀବାହି ବସ ପାରଳାଖେମୁଣ୍ଡିରୁ ମୋହନା ଆସୁଥିଲା l ଛେଳିଗଡ ହାଟପଦା ନିକଟରେ ବସଟି ଘାଟି ଗଡୁଥିବା ବେଳେ ଅଚାନକ ଗୋଟିଏ ଗାଈ ରାସ୍ତା ଉପରକୁ ଦୌଡ଼ି ଆସିଥିଲା l ଫଳରେ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲେ l ବସଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଖସିଯିବା ସହ ବୁଦା ଭିତରକୁ ପଶିଯାଇଛି l ତେବେ ସୌଭାଗ୍ୟ ବଶତଃ ବସରେ ଥିବା ୫୦ ରୁ ଅଧିକ ଯାତ୍ରୀ ବର୍ତ୍ତୀ ଯାଇଥିବା ବେଳେ ଅନ୍ୟ ଏକ ବସ ରେ ଗନ୍ତବ୍ୟ ସ୍ଥଳକୁ ଯାଇଥିଲେ ଯାତ୍ରୀ l ଆହତ ଗାଈକୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଛେଳିଗଡ ପ୍ରାଣୀ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି l ରା. ଉଦୟଗିରି ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.