ପ୍ରମୂଖ ଖବର
  • ଜୁନ୍ ୧୮ରେ ବାରାଣସୀ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ତୃତୀୟ ପାଳିରେ ହେବ ପ୍ରଥମ ଗସ୍ତ
  • ||
  • ଅରୁଣାଚଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପେମା ଖାଣ୍ଡୁ, ସମାରୋହରେ ସାମିଲ୍ ହେବେ ଜେପି ନଡ୍ଡା, ଅମିତ ଶାହ
  • ||
  • ବିଧାୟକ ପଦରୁ ସପା ମୁଖ୍ୟ ଅଖିଳେଶ ଯାଦବଙ୍କ ଇସ୍ତଫା
  • ||
  • ପୁରୀ : ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର, ମଙ୍ଗଳ ଆଳତି ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||

ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା, କାରଣ ଅସ୍ପଷ୍ଟ

ରାଉରକେଲା, ୪/୬ : ସ୍ଥାନୀୟ ଗୋବିରା ଛକରେ ଗୁଳିକାଣ୍ଡ । ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା କରାଯାଇଛି । ମୃତ ବ୍ୟବସାୟୀ କୁଆଁରମୁଣ୍ଡା ଜମୁନାନାକିର ଅମର ଯାଦବ ବୋଲି ଜଣାପଡ଼ିଛି । ମୃତ ଅମରଙ୍କୁ ଗୋବିରା ଛକରେ ଗୁଳି କରି ଅଭିଯୁକ୍ତ ଜଣଙ୍କ ଫେରାର ହୋଇଯାଇଛି ।

ରାସ୍ତାକଡ଼ରେ ମୃତଦେହ ପଡ଼ିଥିବା ଦେଖି ପୁଲିସକୁ ସ୍ଥାନୀୟ ଲୋକେ ଖବର ଦେଇଥିଲେ । ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତ ଭାବେ ସେଠା​‌ରେ ମୃତଦେହ ଚିହ୍ନଟ କରିବା ସହ ମୁଣ୍ଡରେ ଗୁଳି ବାଜିଥିବା ସ୍ପଷ୍ଟ କରିଛି । ଏ ପର୍ଯ୍ୟନ୍ତ ହତ୍ୟାର କାରଣ ସ୍ପଷ୍ଟ କରିନଥିବାବେଳେ ହତ୍ୟାକାଣ୍ଡରେ ସଂପୃକ୍ତ ଅଭିଯୁକ୍ତମାନଙ୍କୁ ଖୋଜୁଛି ପୁଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.