ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଗଞ୍ଜାମ ଜିଲ୍ଲାରେ ନିର୍ବାଚନ ପୂର୍ବରୁ ହିଂସାକାଣ୍ଡ ଘଟଣା, ଗଭୀର ଉଦବେଗ ପ୍ରକାଶ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ଵର, ୧୬/୦୫ : ଗଞ୍ଜାମ ଜିଲ୍ଲାରେ ନିର୍ବାଚନ ପୂର୍ବରୁ ଘଟିଥିବା ହିଂସାକାଣ୍ଡକୁ ନେଇ ଗଭୀର ଉଦବେଗ ପ୍ରକାଶ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ସେ କହିଛନ୍ତି ଯେ, ରାଜ୍ୟରେ କୌଣସି ପ୍ରକାର ହିଂସାକୁ ବରଦାସ୍ତ କରାଯିବ ନାହିଁ। କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ଭାରତ ନିର୍ବାଚନ ଆୟୋଗ ଓ ମୁଖ୍ୟ ନିର୍ବାଚନ ଅଧିକାରୀ ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରିବ। ଜିଲ୍ଲାରେ ପ୍ରାକ୍‌ନିର୍ବାଚନୀ ହିଂସାକୁ ଆୟତ୍ତ କରିବା ପାଇଁ ତୁରନ୍ତ ବିଧି ସମ୍ମତ ପଦକ୍ଷେପ ଗ୍ରହଣ କରି ଅତି ଶୀଘ୍ର ସେଠାରେ ଶାନ୍ତି ପ୍ରତିଷ୍ଠା ପାଇଁ ଗଞ୍ଜାମ ଜିଲ୍ଲାପାଳ ତଥା ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। 

ପ୍ରକାଶ ଥାଉକି, ଖଲ୍ଲିକୋଟ ଥାନା ଅଞ୍ଚଳରେ ବୁଧବାର ରାତିରେ ନିର୍ବାଚନ ପୂର୍ବରୁ ହିଂସାକାଣ୍ଡ ଘଟିଛି। ପୋଷ୍ଟର ମରାମରିକୁ ନେଇ ବିଜେପି ଓ ବିଜେଡି କର୍ମୀମାନଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉଭୟ ପକ୍ଷରୁ ୮ ଜଣ ଗୁରୁତର ହୋଇଥିଲେ। ୮ ଗୁରୁତରଙ୍କ ମଧ୍ୟରୁ ବ୍ରହ୍ମପୁର ବଡମେଡିକାଲରେ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ଉତ୍ୟକ୍ତ ହଜାର ହଜାର ବିଜେପି ସମର୍ଥକ ଗତକାଲି ରାତିଠାରୁ ଥାନା ଘେରାଉ କରି ରଖିଛନ୍ତି। ଯାହାଫଳରେ ଆସିକା ଭୁବନେଶ୍ୱର ଯାନବାହାନ ଚଳାଚଳ ଠପ୍ ହୋଇଯାଇଛି। ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟଙ୍କ ନିଜ ବାସଭବନରେ ଥିବା ୨ଟି ଗାଡି ଭାଙ୍ଗି ଦେଇଛନ୍ତି। ଉତ୍ତେଜନା କ୍ରମଶଃ ବଢିବାରେ ଲାଗିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.