ପ୍ରମୂଖ ଖବର
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

Published By : Prameya | July 2, 2024 12:58 PM

ଭୁବନେଶ୍ଵର, ୦୨/୦୭ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ପୁରୀ ଟାଉନ ହଲଠାରେ ରଥଯାତ୍ରା ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ବସିଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାର ସୁପରିଚାଳନା ପାଇଁ ସମସ୍ତ ସେବାୟତଗଣ, ପ୍ରଶାସନ, ବିଭିନ୍ନ ସାମାଜିକ ସଂଗଠନ ଓ ସ୍ଥାନୀୟ ଲୋକମାନଙ୍କର ସହଯୋଗ କାମନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁ ଜଗନ୍ନାଥଙ୍କ ମୂଳ ସେବକ ହେଉଛନ୍ତି ଆଦିବାସୀ। ଜଣେ ଆଦିବାସୀ ଭାବେ ମୁଁ ନିଜକୁ ଜଗନ୍ନାଥଙ୍କ ନିକଟରେ ସମ୍ପୂର୍ଣ୍ଣ ଭାବେ ସମର୍ପିତ କରିଛି।

ସେ ପୁଣି କହିଥିଲେ ଯେ, ଜଗନ୍ନାଥ ହେଉଛନ୍ତି ଓଡ଼ିଆ ଜାତିର ପରିଚୟ। ତାଙ୍କ ରଥଯାତ୍ରା ସାରା ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଓ ଆଧ୍ୟାତ୍ମିକ ପର୍ବ। ଏହାର ସୁପରିଚାଳନା ଆମ ସମସ୍ତଙ୍କ ଦାୟିତ୍ୱ। ତେଣୁ ସମସ୍ତେ ଦାୟିତ୍ୱବାନ ହୋଇ ଏହାକୁ ଅତ୍ୟନ୍ତ ନିଷ୍ଠା ସହକାରେ ସୂଚାରୁରୂପେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ। 

ଯେହେତୁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିବେ। ସମସ୍ତଙ୍କ ମିଳିତ ସହଯୋଗରେ ରଥଯାତ୍ରା ସୁରୁଖୁରରେ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ, ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ, ମହାପ୍ରଭୁଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ତ୍ରୁଟିଶୂନ୍ୟ ଭାବେ ପରିଚାଳନା କରି ସଫଳ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

ଏ ବର୍ଷ ଏକ ବିରଳ ରଥଯାତ୍ରା । ଏହି ଅବସରରେ ନୂଆ ସରକାର ଦାୟିତ୍ୱ ଗ୍ରହଣ କରିଥିବାରୁ ସେ ଖୁସି ପ୍ରକାଶ କରି କହିଥିଲେ ଯେ ଏ ବର୍ଷ ଦୁଇ ଦିନ ଧରି ରଥଟଣା କାର୍ଯ୍ୟକ୍ରମ ଥିବାରୁ ରଥଯାତ୍ରା ପରଦିନ ମଧ୍ୟ ଛୁଟି ରହିବ। ତେଣୁ ଜୁଲାଇ ୭ ତାରିଖ ସହିତ ଜୁଲାଇ ୮ ତାରିଖ ମଧ୍ୟ ଛୁଟି ଘୋଷଣା କରାଗଲା।

ଏହି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଅନ୍ୟ ମନ୍ତ୍ରୀ ଗଣ, ବିଧାୟକଗଣ, ମୁଖ୍ୟ ଶାସନ ସଚିବ, ବରିଷ୍ଠ ଅଧିକାରୀ, ମହାପ୍ରଭୁଙ୍କ ସେବାୟତଗଣ ପ୍ରମୁଖ ଉପସ୍ଥିତ ଥିଲେ। 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.