ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ବରଗଡରେ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟଣା, ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Prameya | June 26, 2024 8:18 PM

ଭୁବନେଶ୍ୱର, ୨୬।୬ :  ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟଣାରେ   ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏହା ସହିତ ଗୁରୁତର ଆହତ ହୋଇଥିବା  ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଦୁଆନଡ଼ିହି ଗାଁରେ ହଠାତ ବର୍ଷା ସହ ବଜ୍ରପାତ ହୋଇଥିଲା। ବର୍ଷାରୁ ବଞ୍ଚିବା ପାଇଁ ଗାଁ ଦାଣ୍ଡରେ ଥିବା ବରଗଛ ମୂଳେ ୫ ଜଣ ଆଶ୍ରୟ ନେଇଥିଲେ । ହଠାତ ବଜ୍ରପାତ ସେମାନଙ୍କ ଉପରେ ହୋଇଥିଲା। ଘଟଣାସ୍ଥଳରେ  ଦୁଆନଡ଼ିହି ଗ୍ରାମର ସୁଖଦେବ ବନଛୋଲ,ନିରୋଜ କୁମାର, ଧନୁଜ ନାୟକ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ପଦ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢନ୍ତୁ : ବର୍ଷା ପାଇଁ ଗଛ ତଳେ ନେଇଥିଲେ ଆଶ୍ରୟ : ବଜ୍ରପାତରେ ଚାଲିଗଲା ୩ ଜୀବନ, ୨ ଗୁରୁତର

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.