ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦାମ ରାଉତଙ୍କ ପରଲୋକରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, 'ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି'

ଭୁବନେଶ୍ୱର, ୨୨/୦୩ : ପୂର୍ବତନ ମନ୍ତ୍ରୀ ତଥା ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ଘଟିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ଏକ୍ସରେ ନବୀନ ଶୋକବ୍ୟକ୍ତ କରିଛନ୍ତି। ନବୀନ ଲେଖିଛନ୍ତି ଯେ, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। 

ସୂଚନା ଥାଉକି, ଶୁକ୍ରବାର ସକାଳ ୫ଟା ୨୩ ମିନିଟ୍‌ରେ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ଜଗତସିଂହପୁର ଜିଲ୍ଲା ରାଜନୀତିରେ ଏକ ଯୁଗର ଅନ୍ତ ଘଟିଛି। ଦାମଙ୍କ ପରଲୋକରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳି ଯାଇଛି। ତାଙ୍କ ଦେହାନ୍ତ ନେଇ ପୁଅ ସମ୍ବିତ ରାଉତ ସୂଚନା ଦେଇଛନ୍ତି। 

ପ୍ରକାଶ ଥାଉକି, ଗତ ୧୮ ତାରିଖ  ବିଳମ୍ବିତ ରାତିରେ ଡାକ୍ତର ଦାମୋଦର ରାଉତ ଅସୁସ୍ଥ ହୋଇ ପଡ଼ିଥିଲେ । ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ମେଡିକାଲ ନେବା ବାଟରେ ତାଙ୍କର ହୃଦ୍‌ଘାତ ହୋଇଥିଲା । ହସ୍ପିଟାଲରେ ଭର୍ତ୍ତି ହେବା ପରେ ସିପିଆର୍‌ (କାର୍ଡିଓ ପଲମୋନାରି  ରିସସ୍‌ସାଇଟେସନ୍‌) ଦିଆଯାଇ ନଥିଲା । ତେଣୁ ତାଙ୍କ ଅବସ୍ଥା ସଂକଟାପନ୍ନ ହୋଇପଡ଼ିଥିଲା । ଏହାପରେ ତୁରନ୍ତ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ଭେଣ୍ଟିଲେଟର ସପୋର୍ଟ ସିଷ୍ଟମରେ ରଖାଯାଇଥିଲା। କାର୍ଡିଓଲୋଜି, ନେଫ୍ରୋଲୋଜି, ନ୍ୟୁରୋଲୋଜି, ମେଡିସିନ ବିଭାଗର ବିଶେଶଜ୍ଞ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଥିଲେ। ଅବସ୍ଥା କ୍ରିଟିକାଲ ଥିବା ଡାକ୍ତର କହିଥିଲେ। ଶୁକ୍ରବାର ସକାଳେ ୫ଟା ୨୩ ମିନିଟ୍‌ରେ ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ବିୟୋଗ ଘଟିଛି। ତାଙ୍କ ମୃତ୍ୟୁକୁ ନେଇ ରାଜନୈତିକ ମହଲରେ ଶୋକରଛାୟା ଖେଳିଯାଇଛି।

୧୯୪୨ ଜୁଲାଇ ୨ ତାରିଖରେ ଜଗତସିଂହପୁରରେ  ଦାମୋଦର ରାଉତଙ୍କ ଜନ୍ମ। ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ଜଣେ ଟାଣୁଆ ନେତା ଭାବେ ଜଣାଶୁଣା। ୭ ଥର ବିଧାୟକ, ବହୁବାର ମନ୍ତ୍ରୀ ହୋଇଛନ୍ତି । ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ୪ ଥର ବିଧାୟକ ହୋଇଛନ୍ତି । ବିବାଦୀୟ ମନ୍ତବ୍ୟ ପାଇଁ କିନ୍ତୁ ତାଙ୍କୁ ମନ୍ତ୍ରୀ ପଦ ସହ ବିଜେଡିରୁ ବିଦା ହେବାକୁ ପଡିଥିଲା। ବିଜେପି ଟିକେଟ୍‌ରେ ୨୦୧୯ରେ ବାଲିକୁଦା-ଏରସମାରୁ ନିର୍ବାଚନ ଲଢି ହାରିଥିଲେ। ଗତ କିଛି ମାସ ପୂର୍ବରୁ ଦାମଙ୍କ ଉପରୁ ବହିଷ୍କାର ପ୍ରତ୍ୟାହାର କରି ପୁଣିଥରେ ବିଜେଡିକୁ ଫେରାଇ ଆଣିଥିଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.