ପ୍ରମୂଖ ଖବର
  • କେନ୍ଦୁଝର : ଚୋରା କାଠ ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ, ୭ ଟ୍ରିପରୁ ଉର୍ଦ୍ଧ୍ଵ କାଠ ଜବତ
  • ||
  • ଯାଜପୁର : ଶୌଚ ହେବାକୁ ଯାଇ କେନାଲରେ ଭାସିଗଲେ ନାବାଳକ
  • ||
  • ଭୁବନେଶ୍ଵର : ୨୭ରେ ବସିବ ନୀତି ଆୟୋଗ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||

ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୧୪/୦୬ : ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଥମେ ମ୍ୟୁଜିଅମ୍ ଛକରେ ପହଞ୍ଚି ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିଛନ୍ତି। ତାଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ଏଥିସହ ନୂତନ ବିଧାୟକ ବାବୁ ସିଂ, ଉପାସନା ମହାନ୍ତି, କ୍ୟାବିନେଟ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ବିଜେପିର ବହୁ ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଥିଲା। ପାଇକ ଆଖଡା ତଥା ସମରକଳା ଅନନ୍ୟ ସମ୍ଭାର ଦେଖିବାକୁ ମିଳିଥିଲା।

ଏହାପରେ ମୁଖ୍ୟମନ୍ତ୍ରୀ ଏଜି ଛକରେ ପହଞ୍ଚି ଡ. ଭିମରାଓ ଆମ୍ଵେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ସେଠାରୁ ବାହାରି ଯାଇ ଶହୀଦ ଜୟୀ ରାଜଗୁରୁ, ଓ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ନୂଆ ଦାୟିତ୍ଵ ପୂର୍ବରୁ ବରପୁତ୍ରଙ୍କୁ ସମ୍ମାନ ଜଣାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ଆଗାମୀ ଦିନରେ ଅନେକ କାର୍ଯ୍ୟ କରିବାର ଅଛି ବୋଲି ପ୍ରତିକ୍ରିୟା ରଖିଛନ୍ତି। 


















  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.