ପ୍ରମୂଖ ଖବର
  • ରାଜଧାନୀରେ ଧରାପଡ଼ିଲେ ନକଲି DSP, ୨ଲକ୍ଷରୁ ଅଧିକ ନକଲି ଟଙ୍କା ସହ ପୋଲିସ ୟୁନିଫର୍ମ ଜବତ
  • ||
  • ବିଧାନସଭା ବଜେଟ୍ ଅଧିବେଶନ: ଆଜି ବି ଚାଲିପାରିଲାନି ପ୍ରଶ୍ନକାଳ, ୧୨ଟା ୯ ମିନିଟ୍ ଯାଏ ଗୃହ ମଲତବୀ
  • ||
  • ଗଞ୍ଜାମ : ପାହାଡ଼ ତଳୁ ନରକଙ୍କାଳ ଉଦ୍ଧାର ଘଟଣା: ମିଳିଲା ନାବାଳିକାଙ୍କ ପରିଚୟ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଉଦଳା : ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼: ୪ ଶିକାରୀ ଗିରଫ
  • ||
  • ଆମେରିକାର ଏକଚାଟିଆ ନୀତିକୁ କରାଯିବନି ବରଦାସ୍ତ: ୟୁରୋପର ଦୀର୍ଘମିଆଦୀ ରଣନୀତି, ଅସ୍ତ୍ର ଭଣ୍ଡାର ୩୦% ବଢ଼ାଯିବ
  • ||
  • ଦୁଇ ଦିନର ବିରତି ପରେ ସରଗରମ ହେବ ବିଧାନସଭା, ନାରୀ ନିର୍ଯାତନା ପ୍ରସଙ୍ଗରେ କମ୍ପିବ ଗୃହ
  • ||
  • ଆଇପିଏଲ୍‌ ୨୦୨୫: ଆଜି କ୍ୟାପିଟାଲ୍ସ- ସୁପରଜାଏଣ୍ଟ୍‌ସ ଫାଇଟ୍, ପୁରୁଣା ଦଳ, ନୂଆ ପ୍ରତିଦ୍ୱନ୍ଦ୍ୱୀ ମଧ୍ୟରେ ହେବ ଟକ୍କର
  • ||
  • ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆଜି କଣ୍ଟିଲୋରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ସୋମବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ମଙ୍ଗଳବାରଠାରୁ ବଢ଼ିବ ତାତି
  • ||

କିଟ୍‌ ଛାତ୍ରୀ ଆତ୍ମହତ୍ୟା ଘଟଣା : ନେପାଳ କାଉନସେଲରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

Published By : Prameya | February 19, 2025 4:21 PM

ଭୁବନେଶ୍ବର,୧୯।୨ : କିଟ୍ ଛାତ୍ରୀ ଆତ୍ମହତ୍ୟା  ଘଟଣାରେ ନେପାଳ କାଉନସେଲରଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ  ମାଝି କଥା ହୋଇଛନ୍ତି। ନେପାଳ କାଉନସେଲର  ସଞ୍ଜୀବ ଦାସ ଶର୍ମା ଏବଂ ନବୀନ ରାଜ ଅଧିକାରୀଙ୍କ ସହ କଥା ହୋଇଛନ୍ତି। ନେପାଳ ଛାତ୍ରୀ ପ୍ରକୃତିକୁ ନ୍ୟାୟ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଶ୍ବାସନା ଦେଇଛନ୍ତି। ଖୁବଶୀଘ୍ର କିଟ୍‌ କ୍ୟାମ୍ପସରେ ଶାନ୍ତି ଫେରିବ।  ତେଣୁ କ୍ୟାମ୍ପସକୁ ଫେରିବାକୁ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। 

ରାଜ୍ୟ ଅତିଥି ଭବନରେ ନେପାଳ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ଏହି ଆଲୋଚନା ସମୟରେ  ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ। ଏଥିସହ ନେପାଳର ବୈଦେଶିକ ମନ୍ତ୍ରୀଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଫୋନ ଯୋଗେ କଥା ହୋଇଛନ୍ତି। 

ଅନ୍ୟ ପକ୍ଷରେ କିଟ୍‌ ଛାତ୍ରୀ ଆତ୍ମହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ   ପାଇଁ  ରାଜ୍ୟ ସରକାର ଏକ  ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଘଟଣାର କାରଣ ଖୋଜିବ ଏହି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍। କମିଟିରେ ଗୃହ ବିଭାଗର ଅତିରିକ୍ତ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ, ଉଚ୍ଚଶିକ୍ଷା ସଚିବ କମିଟିର ସଦସ୍ୟ ରହିଛନ୍ତି । ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚ ସ୍ତରୀୟ ତଥ୍ୟ ଅନୁସନ୍ଧାନ କମିଟିର  ରିପୋର୍ଟକୁ  ଆଧାର କରି ଉପଯୁକ୍ତ ଆଇନଗତ ଏବଂ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.