ପ୍ରମୁଖ ଖବର
  • ଭୁବନେଶ୍ୱର: ୪୦ ଡେଇଁଲା ତାପମାତ୍ରା, ଆଗାମୀ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ
  • ||
  • ବିଜେପି ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକ
  • ||
  • ଏପ୍ରିଲ୍‌ ୨ରୁ ନୂଆ ଶ୍ରେଣୀରେ ପଢ଼ିବେ ପିଲା, ନିର୍ଦ୍ଧାରିତ ସମୟରେ ବଣ୍ଟନ ହେବ ପାଠ୍ୟପୁସ୍ତକ
  • ||
  • ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||

ହକି ଷ୍ଟାଡିୟମ ଓ ବିମାନ ବନ୍ଦରର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ରାଉରକେଲା ୧୭/୧୧ :  ହକି ବିଶ୍ୱକପ ପ୍ରସ୍ତୁତି ର ସମୀକ୍ଷା କରିବା ଲାଗି ରାଜ୍ୟ ମୁଖ୍ୟ ଶାସନ ସଚିବ ଆଜି ରାଉରକେଲା ଆସିଛନ୍ତି। ଆସନ୍ତା ଜାନୁଆରୀ ମାସରେ ହେବାକୁ ଯାଉଛି ହକି ବିଶ୍ୱକପ୍। ଏହି ବିଶ୍ୱକପ ଭୁବନେଶ୍ୱର ସମେତ ରାଉରକେଲାରେ ହେବ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମ ରେ ଏବଂ ରାଉରକେଲାରେ ନିର୍ମାଣଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିଅମ ରେ ଏହି ଖେଳ ହେବ। ଷ୍ଟାଡିଅମ ଏବଂ ଏୟାରପୋର୍ଟ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା ଲାଗି ଗୁରୁବାର ଦିନ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରାଉରକେଲା ଗସ୍ତରେ ଆସିଥିଲେ। ହକି ଷ୍ଟାଡିଅମ ବୁଲି ଦେଖିବା ସହ ଏୟାରପୋର୍ଟ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଥିଲେ। ନିର୍ଦ୍ଧାରିତ ସମୟ ମଧ୍ୟରେ ଷ୍ଟାଡିଅମ ଏବଂ ଏୟାରପୋର୍ଟ କାମ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ।

{"id":494266,"sizeSlug":"large","linkDestination":"none"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.