ପ୍ରମୂଖ ଖବର
  • ମୁଖ୍ୟମନ୍ତ୍ରୀଙ୍କ ରଜ ଭେଟି, ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ବଢିଲା ଭତ୍ତା
  • ||
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

କଲେଜ ପରିସରରେ ଗୃହ ନିର୍ମାଣ ପାଇଁ ବଳି ପଡ଼ିଲା ଗଛ, ମେସିନ୍ ଜବତ କଲା ବନ ବିଭାଗ, ୩ ଅଟକ

Published By : Rasmita Pradhan | June 12, 2025 1:40 PM

ନିଶ୍ଚିନ୍ତକୋଇଲି, ୧୨/୬ : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଅସୁରେଶ୍ୱର ସୁଭଦ୍ରା ମହତାବ ମହାବିଦ୍ୟାଳୟ ପରିସରରେ ଗୃହ ନିର୍ମାଣ ପାଇଁ ବଳି ପଡ଼ିଲା ଗଛ। ଛୁଟି ଦିନରେ ଠିକାଦାର କଲେଜ ପରିସରରୁ ତିନୋଟି ଶାଗୁଆନ ଗଛ କାଟି ଦେଇଥିବା ଅଭିଯୋଗ ହୋଇଛି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଏକ କାଠ କଟା କରତ, ତିନୋଟି ଟାଙ୍ଗିଆ ସହ ଶାଗୁଆନ କାଠ ଜବତ କରିଛନ୍ତି। 

ସୂଚନାନୁଯାୟୀ, ଅସୁରେଶ୍ୱର ସୁଭଦ୍ରା ମହତାବ ମହାବିଦ୍ୟାଳୟର ଗୃହ ନିର୍ମାଣ ନିମନ୍ତେ ସରକାର ଅର୍ଥ ମଞ୍ଜୁର କରିଥିଲେ। ଠିକାଦାର ବିନା ଅନୁମତିରେ କଲେଜ ପରିସରରେ ଥିବା ତିନୋଟି ଶାଗୁଆନ୍ ଗଛ କାଟି ଦେଇଥିବା ଅଭିଯୋଗ ହୋଇଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି କଟା ଯାଇଥିବା ଶାଗୁଆନ କାଠ ସମେତ ଏକ ଯାନ୍ତ୍ରିକ କରତ ଏବଂ ତିନୋଟି ଟାଙ୍ଗିଆ ଜବତ କରିଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବନ ବିଭାଗ ୩ ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ କରୁଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.