ପ୍ରମୂଖ ଖବର
  • ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଆଶ୍ୱସ୍ତି , ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରମିକୋର୍ଟ
  • ||
  • ହେରାପଞ୍ଚମୀରେ ଆଧ୍ୟାତ୍ମିକ ପରିବେଶ: ନନ୍ଦିଘୋଷ ଭାଙ୍ଗିଲେ ମହାଲକ୍ଷ୍ମୀ, ଆଜ୍ଞାମାଳ ପାଇ ଶ୍ରୀମନ୍ଦିରକୁ ବାହୁଡ଼ିଲେ
  • ||
  • ପିଠିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
  • ||
  • ଦିଲ୍ଲୀ ମଦନୀତି ସହ ମନି ଲଣ୍ଡରିଂ ମାମଲା, କେଜ୍‌ରିୱାଲଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି
  • ||
  • ଆଗ ପଛ ହୋଇ ଆସିପାରେ ଦୁଇଟି ଲଘୁଚାପ: ୧୩ରୁ ବଢ଼ିବ ବର୍ଷା, ଦକ୍ଷିଣରେ ପ୍ରବଳ ଛେଚିବ
  • ||

ଓଡିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର,୧୫/୬ : ଓଡିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ । ପ୍ରକାଶ ଯେ, ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଓଡ଼ିଶାର ୪୩ତମ ରାଜ୍ୟପାଳ ରୂପେ କାର୍ୟ୍ୟନିର୍ବାହ କରିଥିଲେ। ସେ ୨୧ ଅଗଷ୍ଟ ୨୦୦୭ରୁ ୦୯ ମାର୍ଚ ୨୦୧୩ ପର୍ୟ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ତାଙ୍କର କାର୍ଯ୍ୟକାଳ ଶେଷ ହୋଇଥିଲେ ମଧ୍ୟ ପରବର୍ତ୍ତି ରାଜ୍ୟପାଳ ଆସିବା ପର୍ଯ୍ୟନ୍ତ ସେ କାର୍ଯ୍ୟ କରିଥିଲେ। ସୁପ୍ରିମକୋର୍ଟରେ ଜଣେ ବରିଷ୍ଠ ଆଇନଜୀବୀ ଓ ଦୁଇଥର ସୁପ୍ରିମ କୋର୍ଟ ବାର୍ ଆଶୋସିଏସନର ଅଧ୍ୟକ୍ଷ ରୂପେ କାମ କରିଥିବା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ତିନି ଥର (୧୯୮୦-୮୨, ୧୯୮୨-୮୮,୧୯୮୮-୯୪) ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇଥିଲେ। ସେ କଂଗ୍ରେସର ଜଣେ ଟାଣୁଆ ନେତା ମଧ୍ୟ ଥିଲେ।

ତାଙ୍କ ଦେହାନ୍ତ ଖବରପାଇବା ପରେ ରାଜ୍ୟପାଳ ରଘୁବର ଦାଶ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିଛନ୍ତି । ରାଜ୍ୟପାଳ ରଘୁବର ଦାଶ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ କରିଛନ୍ତି, ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ଶ୍ରୀ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମାନ୍ୟବର ରାଜ୍ୟପାଳ ରଘୁବର ଦାଶ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସେହିଭଳି ଅମର ଆତ୍ମାର ସଦଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।




ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି କି , ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ରାଜ୍ୟପାଳ ଥିବା ବେଳେ ସ୍ବର୍ଗତ ଭଣ୍ଡାରେଙ୍କ ଅବଦାନ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଥିଲା। ସ୍ବର୍ଗତ ଭଣ୍ଡାରେଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ପରିବାର ଓ ବନ୍ଧୁବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରୁଛି।




 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.