PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ମା‘ ଭଗବତୀଙ୍କ ମନ୍ଦିର ଉନ୍ନତିକରଣ ପାଇଁ ଅଣ୍ଟା ଭିଡ଼ିଲା ଜିଲ୍ଲା ପ୍ରଶାସନ

ବାଣପୁର,୪/୧୨ : ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ଭଗବତୀଙ୍କ ମନ୍ଦିର ଉନ୍ନତିକରଣ ଲାଗି ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ । ଏ ନେଇ ଆଜି ଅପରାହ୍ନରେ ବାଣପୁର ବିଜ୍ଞାପିତ ଅଞ୍ଚଳର ସଭାଗୃହରେ ଶ୍ରୀ ଶ୍ରୀ ଦକ୍ଷେଶ୍ଵର ମା’, ଭଗବତୀ ମନ୍ଦିରର ଶୁଭେଚ୍ଛା କମିଟି ପକ୍ଷରୁ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ବିଜ୍ଞାପିତ ଅଞ୍ଚଳର କାର୍ଯ୍ୟନିର୍ବାହୀ ଅଧିକାରୀ ଅଭିନାଶ ମହାନ୍ତି, ଏସଡିପିଓ ମାନସ ରଞ୍ଜନ ବାରିକ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ପାରିକୁଦ ରାଜା ସାହେବ ସନ୍ତୋଷ ମର୍ଦ୍ଦରାଜ, ବିଜ୍ଞାପିତ ଅଞ୍ଚଳର ଅଧ୍ୟକ୍ଷ ମିଟୁ ନାୟକ, ବିକ୍ରମ କେଶରୀ ଜେନା, ବାଳମୁକୁନ୍ଦ ଦାସ, ନବ ପ୍ରଧାନ, ଉମିକାନ୍ତ ପାଠୀ ପ୍ରମୁଖ ଯୋଗଦେଇ ମନ୍ଦିରର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ ଓ ଏହି କାର୍ଯ୍ୟ ଯଥାଶୀଘ୍ର ଆରମ୍ଭ କରାଯିବା ପାଇଁ ଜିଲ୍ଲାପାଳଙ୍କୁ କମିଟି ପକ୍ଷରୁ ଅନୁରୋଧ କରାଯାଇଥିଲା । ସୂଚନା ଅନୁଯାୟୀ, କିଛି ଦିନ ପୂର୍ବେ ୫ଟି ସଚିବ ଭିକେ ପାଣ୍ଡିଆନ ଆସି ବାଣପୁରର ମା’ ଭଗବତୀଙ୍କ ମନ୍ଦିର ପରିଦର୍ଶନ କରି ଫେରିଥିଲେ ।

ସମ୍ବନ୍ଧିତ ଖବର