ପ୍ରମୂଖ ଖବର
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଟଳିଲା ବାତ୍ୟା ବିପଦ, ପର୍ଯ୍ୟଟକଙ୍କୁ ପୁରୀ ଆସିବାକୁ ନିବେଦନ କଲେ ଜିଲ୍ଲାପାଳ

Published By : Rasmita Pradhan | October 25, 2024 12:40 PM

ପୁରୀ, ୨୫/୧୦ : ଟଳିଲା ବାତ୍ୟା ବିପଦ। ମହାପ୍ରଭୁଙ୍କ କୃପାରୁ ବାତ୍ୟା ଦାନାର‌ ପ୍ରଭାବ ପୁରୀରେ ପଡ଼ିନାହିଁ। ଏଣୁ ପର୍ଯ୍ୟଟକଙ୍କୁ ପୁରୀ ଆସିବାକୁ ନିବେଦନ କଲେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ। ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ କୋହଳ କରାଯାଇଛି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏନେଇ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ବାତ୍ୟା ଯୋଗୁ ପର୍ଯ୍ୟଟକମାନଙ୍କୁ ପୁରୀ ଛାଡି ନିଜ ଘରକୁ ଫେରିଯିବା ପାଇଁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ଏବେ ବାତ୍ୟା ବିପଦ ଟଳିବାରୁ ପର୍ଯ୍ୟଟକମାନେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ସହ ସମୁଦ୍ର କୂଳରେ ବୁଲାବୁଲି କରିପାରିବେ ବୋଲି ଜିଲ୍ଲାପାଳ କହିଛନ୍ତି। ତେବେ ସମୁଦ୍ର ଅଶାନ୍ତ ଥିବାରୁ ପର୍ଯ୍ୟଟକମାନେ ସମୁଦ୍ରରେ ସ୍ନାନ ନକରିବା ପାଇଁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି। ସମୁଦ୍ର କୂଳରେ ଲାଇଫଗାର୍ଡ ଓ ଅଗ୍ନିଶମ ବିଭାଗର କର୍ମଚାରୀ ମୁତୟନ ଅଛନ୍ତି। ସେପଟେ ଆସନ୍ତାକାଲି ଠାରୁ ହବିଷ୍ୟାଳୀ ମାମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ସେପଟେ ବାତ୍ୟା ଯୋଗୁ ପର୍ଯ୍ୟଟକଙ୍କ ପାଇଁ କୋଣାର୍କ ମନ୍ଦିର ବନ୍ଦ ଥିବା ବେଳେ ଆଜି ପୂର୍ବାହ୍ନ ସାଢେ଼ ୧୧ଟାରୁ ଏହା ପର୍ଯ୍ୟଟକଙ୍କ ପାଇଁ ପୁଣିଥରେ ଖୋଲିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.