ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ତାତିରୁ ମିଳିବ ଆଶ୍ଵସ୍ତି, କାଳବୈଶାଖୀ ପ୍ରଭାବ, ୧୦ ଯାଏ ବଢିବନି ଗରମ

Published By : Rasmita Pradhan | May 1, 2025 8:31 AM

ଭୁବନେଶ୍ୱର, ୦୧/୦୫ : ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ଗରମ ବଢ଼ିବନି। କାଳବୈଶାଖୀ ଓ ଟ୍ରପଲାଇନ୍‌ର ପ୍ରଭାବ ଯୋଗୁ ଅଧିକ ଗରମ ଅନୁଭୂତ ହେବନାହିଁ। ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ପୂର୍ବାନୁମାନ କରିଛନ୍ତି । ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁରରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ଅଛି । ପବନର ବେଗ ୫୦ରୁ ୬୦ କିମି ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ପବନର ବେଗ ୪୦ରୁ ୫୦ କିମି ଛୁଇଁପାରେ। 

ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ୩୦କୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । ୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ୩ ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୪, ୫ ଓ ୬ ତାରିଖରେ ବି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । 

ଭାରତୀୟ ପାଣିପାଗ ବିଭାଗ ମେ ମାସକୁ ନେଇ ଆକଳନ କରି କହିଛି, ମେ ମାସରେ ସ୍ୱାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ । ରାତି ବେଳା ଅଧିକ ଗରମ ଓ ଗୁଳୁଗୁଳି ସମ୍ଭାବନା ରହିଛି । କାଳବୈଶାଖୀ ପ୍ରଭାବରେ ମଙ୍ଗଳବାର ବହୁ ସ୍ଥାନରେ ଘନ ଘନ ବଜ୍ରପାତ ହୋଇଛି । ମାଲକାନଗିରିରେ ୨୨.୨ ମିମି ବର୍ଷା ହୋଇଛି । ଭବାନୀପାଟଣାରେ ୧୬.୬, ଟିଟିଲାଗଡ଼ରେ ୧୪, ରାୟଗଡ଼ାରେ ୧୩ମିମି ବର୍ଷା ରେକର୍ଡ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.