ମେଷ : ସକାଳ ୭ଟା ୪୧ ମିନିଟ୍ ପରେ ଦଶମ ଚନ୍ଦ୍ର, ଗୁରୁବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩ , ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଯାନବାହନ ଚଳାଚଳ ବେଳେ ସତର୍କତା ଅବଲମ୍ବନ କରିବେ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସତ ଓ ଚାପଗ୍ରସ୍ତ ରହିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ସକାଳ ୭ଟା ୪୧ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର, ଚତୁର୍ଥୀ ତିଥି ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
କର୍କଟ : ଷଷ୍ଠ ଓ ସପ୍ତମ ଚନ୍ଦ୍ର, ଗୁରୁବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।
ସିଂହ : ସକାଳ ୭ଟା ୪୧ ମିନିଟ୍ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଓ ପରେ ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଓ ଶାରୀରୀକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦୁଇଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ସକାଳ ୭ଟା ୪୧ ମିନିଟ୍ ପରେ ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ଲୋପ୍ ପାଇବ ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ବିଘ୍ନ ଉପୁଜିବ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ସକାଳ ୭ଟା ୪୧ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଓ ପରେ ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହଯୋଗ ମିଳିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କାଳୀ ।
ବିଛା : ସକାଳ ୭ଟା ୪୧ ମିନିଟ୍ ପରେ ତୃତୀୟ ଚନ୍ଦ୍ର, ଗୁରୁବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତି ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।
ଧନୁ : ସକାଳ ୭ଟା ୪୧ ମିନିଟ୍ ପରେ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ମାତଙ୍ଗୀ ।
ମକର : ସକାଳ ୭ଟା ୪୧ ମିନିଟ୍ ପରେ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ସକାଳ ୭ଟା ୪୧ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଓ ଘାତବାର ଯୋଗୁ ଆର୍ଥିକ କାରବାର କଲାବେଳେ ସେ ସମୟ ପର୍ଯ୍ୟନ୍ତ ସତର୍କତା ଅବଲମ୍ବନ କରିବେ । ଏହାପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟଠାରୁ ବ୍ୟୟ କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ଆଜି ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୩, ଆରାଧନା : ମା’ ବିମଳା ।
ମୀନ : ଦଶମ, ଏକାଦଶ ଚନ୍ଦ୍ର, ଗୁରୁବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ସମାଧାନମୂଳକ ରାସ୍ତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩