ଭୁବନେଶ୍ୱର, ୧୧।୧ :  ଚଳିତ ଜାନୁଆରୀ ୮ ତାରିଖ ସକାଳେ ପ୍ରବାସୀ ଭାରତୀୟ ଦିବସ ପାଇଁ ଉତ୍ସବ ମୁଖର ଥିବା ଭୁବନେଶ୍ୱରରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା ରସୁଲଗଡ଼ ଫ୍ଲାଏ ଓଭର ରେ ସହଦେଵ ନାୟକ ଙ୍କୁ ନିର୍ମମ ହତ୍ୟା କରାଯାଇଥିଲା।  କଡା ସୁରକ୍ଷା ବଳୟରେ ଥିବାବେଳେ ଭୁବନେଶ୍ୱରରେ ଏପରି  ଵୀଭତ୍ସ ହତ୍ୟାକାଣ୍ଡ ସମସ୍ତଙ୍କୁ ସ୍ତବ୍ଧ କରିଦେଇଥିଲା।   ହତ୍ୟା ର ଶିକାର ହୋଇଥିବା ସହଦେଵ ନାୟକଙ୍କ ବିଧବା ପତ୍ନୀ ଓ ଦୁଇ ଝିଅ ଶନିବାର ସନ୍ଧ୍ୟା ରେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟଙ୍କୁ ଭେଟିଥିଲେ। ତାଙ୍କ ସ୍ୱାମୀଙ୍କ ନୃଶଂସ ହତ୍ୟା ରେ ସମ୍ପୃକ୍ତ ସମସ୍ତଙ୍କୁ କଠୋର ଶାସ୍ତି ଦାବୀ ଜଣାଇଥିଲେ।

  ଶ୍ରୀ ପଟ୍ଟନାୟକ ସ୍ବର୍ଗତ ସହଦେଵ ନାୟକଙ୍କ ପତ୍ନୀ ଓ ପିଲା ମାନଙ୍କୁ ସାନ୍ତ୍ୱନା ଦେବା ସହ ଏ ଦାରୁଣ ବିପତ୍ତି ସମୟ ରେ ସେ ତାଙ୍କ ସହ ଅଛନ୍ତି ଓ ତାଙ୍କୁ ସମସ୍ତ ସାହାଯ୍ୟ ଯୋଗାଇଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଏହି ଜଘନ୍ୟ ହତ୍ୟା ଘଟଣାକୁ କଡା ନିନ୍ଦା କରିବା ସହ ତାଙ୍କ  ପରିବାର ଙ୍କୁ ଯେପରି ନ୍ୟାୟ ମିଳିବ  ସେଥିପାଇଁ ଲଢେଇ କରିବେ ବୋଲି  ଶ୍ରୀ ପଟ୍ଟନାୟକ କହିଥିଲେ।

ଶୁଦ୍ଧି କର୍ମ ପାଇଁ ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ  ସ୍ବର୍ଗତ ନାୟକଙ୍କ ପରିବାରକୁ ପଚାଶ ହଜାର ଟଙ୍କାର ସହାୟତା ତାଙ୍କ ପତ୍ନୀ ଙ୍କୁ ପ୍ରଦାନ କରିଥିଲେ।   ଏହି ସାକ୍ଷାତ ସମୟରେ ବିଏମସି ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା,ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା ଙ୍କ ସମେତ କର୍ପୋରେଟରମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ ଯେ,  ହତ୍ୟା ର ଦୁଇ ଦିନ ପୂର୍ବରୁ ସ୍ବର୍ଗତ ନାୟକ ତାଙ୍କ ପରିବାର ସହ ନବୀନ ନିବାସ କୁ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ  ନୂଆ ବର୍ଷ ର ଶୁଭେଚ୍ଛା ଜଣାଇଥିଲେ ।

ସୂଚନାଯୋଗ୍ୟ ଯେ ବିଏମସିର ହସ୍ତକ୍ଷେପ କ୍ରମେ ସ୍ବର୍ଗତ ନାୟକଙ୍କୁ ସେ କାମ କରୁଥିବା ଠିକା ସଂସ୍ଥା ୫ ଲକ୍ଷ ଟଙ୍କା ସହାୟତା ସହ ପରିବାରର ଜଣକୁ ଚାକିରୀ ବିଷୟ ଶୁକ୍ରବାର ବିଏମସି ପକ୍ଷରୁ ଘୋଷଣା କରାଯାଇଥିଲା।