ଭୁବନେଶ୍ବର,୧।୩ : ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା  ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା।  ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ  ସୁଭଦ୍ରା ଯୋଜନାରେ  ୧ ଲକ୍ଷ ୭୦ ହଜାର ମହିଳା ଟଙ୍କା ପାଇବେ। ହିତାଧିକାରୀଙ୍କ ଖାତାଙ୍କୁ ଯିବ ୫ ହଜାର ଟଙ୍କା । ଏ ନେଇ ଏକ୍ସରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି। 

ସେହିପରି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସରେ   ହିତାଧିକାରୀଙ୍କୁ   ସୁଭଦ୍ରାର ୨ୟ କିସ୍ତି ପ୍ରଦାନ କରାଯିବ। ଏହାଦ୍ୱାରା ୧କୋଟିରୁ ଅଧିକ ହିତାଧିକାରୀ ଉପକୃତ ହେବେ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିର ୪ଟି ପର୍ଯ୍ୟାୟରେ  ୯୮ ଲକ୍ଷ ହିତାଧିକାରୀ ସୁଭଦ୍ରା ଯୋଜନାରେ  ସାମିଲ ହୋଇଛନ୍ତି।