PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଲୋକସେବା ଭବନ କନଭେନସନ ସେଣ୍ଟରରେ ଚଳଚ୍ଚିତ୍ର ’ଦମନ’  ପ୍ରଦର୍ଶିତ, ବାସ୍ତବଧର୍ମୀ ଓ ପ୍ରେରଣାଦାୟୀ  ଚଳଚ୍ଚିତ୍ର : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ,୨୦।୧୧   ମ୍ୟାଲେରିଆ ନିରାକରଣ ଉପରେ ପର୍ଯ୍ୟବସିତ “ଦମନ”  ଚଳଚ୍ଚିତ୍ର ଖୁବ୍ ବାସ୍ତବଧର୍ମୀ  ଓ ପ୍ରେରଣାଦାୟୀ ହୋଇଥିବାରୁ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରମୁକ୍ତ କରିଛନ୍ତି । ବିଭିନ୍ନ ଅଞ୍ଚଳରେ କଷ୍ଟକର ସ୍ଥିତିରେ  କାର୍ଯ୍ୟକରୁଥିବା ଡାକ୍ତର ଓ  ଅନ୍ୟ ଅଧିକାରୀମାନଙ୍କୁ ଏହା  ଉତ୍ସାହିତ କରିବ । ଚଳଚ୍ଚିତ୍ର ର, କାହାଣୀ, ଚରିତ୍ର ଓ  ଅଭିନୟ ଦୃଷ୍ଟିରୁ ଏହାର ଲୋକପ୍ରିୟତା ବଢିବାରେ ଲାଗିଛି ଓ ଏହା ହିନ୍ଦୀ ଭାଷାରେ ଡବିଂ ହେବାକୁ ଯାଉଛି । ଫଳରେ ଏହା ଭାରତର ବିଭିନ୍ନ ପ୍ରଦେଶରେ ଲୋକପ୍ରିୟତା ହାସଲ କରିବ ।  ବିଭିନ୍ନ ଦୁର୍ଗମ ଅଂଚଳରେ କାର୍ଯ୍ୟ କରୁଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିବା ସହ ଆଗାମୀ ଦିନରେ ଏହାକୁ ସବୁ ଜିଲ୍ଲାରେ ପ୍ରଦର୍ଶିତ କରିବା  ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଛନ୍ତି । ରବିବାର  ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟ ପ୍ରଦର୍ଶିତ  “ଦମନ”  ଚଳଚ୍ଚିତ୍ର ଦେଖିବା ଅବସରରେ ମୁଖ୍ୟ ଶାସନ  ସଚିବ ଏହା କହିଛନ୍ତି ।

            ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ସହଯୋଗରେ ରବିବାର ଜି ଦମନ ଚଳଚ୍ଚିତ୍ର ପ୍ରଦର୍ଶନ ବ୍ୟବସ୍ଥା କରାଯାଇଥିଲା । କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅରିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଯୋଗଦେଇ ଆଗାମୀ ଦିନରେ ଏହିଭଳି ବାସ୍ତବଧର୍ମୀ ଚଳଚ୍ଚିତ୍ରର ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି କହିଥିଲେ ।  ଓଡିଶା ଚଳଚ୍ଚିତ୍ର ନିଗମର ସହଯୋଗ  ତଥା ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହିତ ଚଳଚ୍ଚିତ୍ରର ଲୋକପ୍ରିୟତା ଦୃଷ୍ଟିରୁ  ଏହାକୁ ପୁନଶ୍ଚ କନଭେନସନ ସେଣ୍ଟରଠାରେ ପ୍ରଦର୍ଶନ କରାଯିବ ବୋଲି ମଧ୍ୟ ସେ  କହିଥିଲେ ।

           ଓଡିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ ଶ୍ରୀ ସତ୍ୟବ୍ରତ (କୁନା)  ତ୍ରିପାଠୀ କହିଲେ ଯେ, ୮୬  ବର୍ଷର ଓଡିଆ ସିନେମା ଇତିହାସରେ ଏଭଳି ସିନେମା ଏକ ଅଭିନବ ପଦକ୍ଷେପ । ଆଗାମୀ ଦିନରେ ଆଗାମୀ ଦିନରେ ଏହା ସବୁ ନିର୍ଦ୍ଦେଶକ, ପ୍ରଯୋଜକ ଓ ଅଭିନେତାମାନଙ୍କୁ ଉତ୍ସାହିତ କରିବ ।  କାର୍ଯ୍ୟକ୍ରମରେ ଚଳଚ୍ଚିତ୍ରର ମୁଖ୍ୟ ଅଭିନେତା ବାବୁସାନ ମହାନ୍ତି, ଯୁଗ୍ମ ରଚୟିତା ଓ ନିର୍ଦ୍ଦେଶକ ବିଶ୍ୱାଳ ମୌର୍ଯ୍ୟା ଏବଂ ଦେବୀ ପ୍ରସାଦ ଲେଙ୍କାଙ୍କ ସହିତ  ପ୍ରଯୋଜକ  ଦୀପେନ୍ଦ୍ର ସାମଲଙ୍କୁ  ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସମ୍ବର୍ଦ୍ଧିତ କରିଥିଲେ । ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ   ଯୋଗଦେଇ ଚଳଚ୍ଚିତ୍ର ଦେଖିଥିଲେ ।  ବିଭାଗର  ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ କାର୍ଯ୍ୟକ୍ରମର ସଂଯୋଜନା   କରିଥିଲେ ।