ପ୍ରମୂଖ ଖବର
  • ଜଗତସିଂହପୁର : ବାଇକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, କନଷ୍ଟେବଲ ମୃତ
  • ||
  • ବାସୁଦେବପୁର : ରତାଙ୍ଗ ଗ୍ରାମରେ ନବ ବଧୁର ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
  • ||
  • ମହାଷ୍ଟମୀରେ ମଣ୍ଡପ ବୁଲି ମହାମୟାଙ୍କ ଆଶିଷ ନେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ବରମୁଣ୍ଡା ବ୍ରିଜ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବିଦ୍ୟୁତ ସଂପ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସନ୍ଦେହ
  • ||
  • ଭୁବନେଶ୍ଵର : ଦଶହରାରେ ମୁଖ୍ୟମନ୍ତ୍ରୀଙ୍କ ଦୁର୍ଗାପୂଜା ଭେଟି, ରାଜ୍ୟବ୍ୟାପୀ ପେଣ୍ଡାଲ ଭଡ଼ା ଛାଡ଼
  • ||
  • ଖୁଣ୍ଟୁଣି ରେଞ୍ଜରେ ଦନ୍ତା ଉତ୍ପାତ, ଛେଳି ଚରାଇବାକୁ ଯାଇ ମହିଳା ମୃତ
  • ||
  • ମହାଦେବ ବେଟିଙ୍ଗ ଆପ୍‌ ମାଲିକ ସୌରଭ ଚକ୍ରଧର ଦୁବାଇରେ ଅଟକ, ସପ୍ତାହେ ଭିତରେ ଅଣାଯିବ ଭାରତ !
  • ||
  • ବ୍ରହ୍ମପୁର : ୧୫୨ ଲିଟର ବିଦେଶୀ ମଦ ଜବତ, ୨ ଗିରଫ
  • ||
  • ଆରପାରିରେ ପୋଲସରାର ପୂର୍ବତନ ବିଧାୟକ, ଶୋକ ପ୍ରାକାଶ ପଲେ ନେତୃବୃନ୍ଦ
  • ||
  • ସୁନ୍ଦରଗଡ଼ : ଲେଫ୍ରିପଡା ଓ ଟାଙ୍ଗରପାଲି ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ, ଶହେ ଲିଟର ଦେଶୀ ମଦ ଜବତ
  • ||
  • ମା'ଙ୍କ ଆଗମନରେ ଉତ୍ସବ ମୁଖର ଭୁବନେଶ୍ୱର, ମଣ୍ଡପରେ ମହାଷ୍ଟମୀ ଏବଂ ପୀଠରେ ଚାଲିଛି ମହାନବମୀ ପୂଜା
  • ||
  • ଜଗତପୁର : ଯୁବକଙ୍କୁ ଅପହରଣ କରିବା ବେଳେ ଧରାପଡ଼ିଲେ ଦୁର୍ବୃତ୍ତ, ୧୦ ଅଟକ
  • ||
  • କଳାହାଣ୍ଡିରେ ମା' ମାଣିକେଶ୍ବରୀଙ୍କ ଛତରଯାତ୍ରା, ଲକ୍ଷାଧିକ ଭକ୍ତଙ୍କ ସମାଗମ
  • ||

ବିଧାୟକଙ୍କୁ ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କଲେ ସରକାରୀ ଅବସର ପ୍ରାପ୍ତ କର୍ମଚାରୀ ସଂଘ

ମାଲକାନଗିରି, ୨୦/୯ : ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ନରସିଂହ ମାଡକାମୀଙ୍କୁ ସମ୍ବର୍ଦ୍ଧନା ଜଣାଇ ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରିଛନ୍ତି ସରକାରୀ ଅବସରପ୍ରାପ୍ତ କର୍ମଚାରୀ ସଂଘ । ମାଲକାନଗିରି ଜିଲ୍ଲା ଅବସପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ସଭାପତି ବାଲାରାଜୁ ପାଢୀଙ୍କ ସଭାପତିତ୍ବରେ ଏକ ସଭା ଆଜି ସଂଘ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ମାଲକାନଗିରି ନିର୍ବାଚନ ମଣ୍ଡଳୀର ବିଧାୟକ ନରସିଂହ ମାଡ଼କାମୀଙ୍କୁ ସଂପାଦକ ଅଶୋକ ସାମଲ ଉପଢୌକନ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । 

ସରକାରୀ ଅବସର ପ୍ରାପ୍ତ କର୍ମଚାରୀଙ୍କ ପେନସନ, ବରିଷ୍ଠ ନାଗରିକଙ୍କ ସୁରକ୍ଷା ଓ ଜିଲ୍ଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ବିଧାୟକଙ୍କୁ ଅବଗତ କରାଇଥିଲେ । ବିଧାୟକ ଶ୍ରୀ ମାଡକାମୀ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ, ଆପଣମାନଙ୍କ ମାସିକ ବୈଠକରେ ଜିଲ୍ଲାର ଉନ୍ନତି ନିମନ୍ତେ କ’ଣ କରାଯାଇପାରିବ ଓ ସମସ୍ୟା ଗୁଡ଼ିକ ମୋର ଦୃଷ୍ଟି ଆକର୍ଷଣ କଲେ ମୁଁ ଜିଲ୍ଲା ପ୍ରଶାସନ ଓ ସରକାରଙ୍କ ନିକଟରେ ଉପସ୍ଥାପନ କରି ଆସୁସମାଧାନ କରିବି ବୋଲି ପ୍ରତିଶ୍ରୁତି ଦେଇ ଥିଲେ।

ଏହି ଅବସରରେ ଅବସରପ୍ରାପ୍ତ କର୍ମଚାରୀ ଓ ବରିଷ୍ଟ ନାଗରିକ ରବିନ୍ଦ୍ର ମହାରଣା, ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ପୂର୍ଣ୍ଣ ଚନ୍ଦ୍ର ସାହୁ ଜିଲ୍ଲାର ବିଭିନ୍ନ ସମସ୍ୟା ସମ୍ପର୍କରେ କହିଥିଲେ। ଶେଷରେ ସୁରେନ୍ଦ୍ର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.