ପ୍ରମୂଖ ଖବର
  • ଟ୍ରମ୍ପଙ୍କ ‘ଭାରତର ମୃତ ଅର୍ଥନୀତି’ ମନ୍ତବ୍ୟକୁ ସମର୍ଥନ କଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
  • ||
  • ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲା ଆଲର୍ଟ ଜାରି
  • ||
  • ଶରଧାବାଲି ଦଳାଚକଟା ଘଟଣା, ମୁଖ୍ୟମନ୍ତ୍ରୀ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନ, ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ଅସଲ କାରଣ
  • ||
  • କଳାହାଣ୍ଡି : ନୂତନ ଧାନ ମଣ୍ଡିକୁ ବିରୋଧ; ତହସିଲଦାରଙ୍କୁ ଦାବିପତ୍ର ଦେଲେ ଶିଉନି ଗ୍ରାମବାସୀ
  • ||
  • ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ, କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
  • ||
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||

ଦେଶର ହିତ ଲାଗି ଆବଶ୍ୟକୀୟ ପଦକ୍ଷେପ ନେବୁ, ଟ୍ରମ୍ପଙ୍କ ଟାରିଫ୍‌ ଘୋଷଣା ପରେ ଆସିଲା ଭାରତର ପ୍ରଥମ ପ୍ରତିକ୍ରିୟା

Published By : Tapas Panda | July 30, 2025 11:12 PM

Image Courtesy: india-briefing

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକପାଖିଆ ଭାବରେ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି ।  ଏହାକୁ ନେଇ ଭାରତରେ ପ୍ରତିକ୍ରୟା ପ୍ରକାଶ ପାଇଛି ।  ଭାରତ ସରକାର କହିଛନ୍ତି ଯେ, ଏହି ଘୋଷଣାକୁ ଗଭୀର ଭାବରେ ଅଧ୍ୟୟନ କରୁଛନ୍ତି। ଜାତୀୟ ସ୍ୱାର୍ଥର ସୁରକ୍ଷା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯିବ । ଭାରତ ପୁଣି ଥରେ ସ୍ପଷ୍ଟ କରିଛି ଯେ, କୌଣସି ଚାପ ଆଗରେ ମୁଣ୍ଡ ନୁଆଁଇବାର ପ୍ରଶ୍ନ ଉଠୁନାହିଁ । ଗତ କିଛି ମାସ ଧରି ଏକ ନିରପେକ୍ଷ, ସନ୍ତୁଳିତ ଏବଂ ପାରସ୍ପରିକ ଲାଭଦାୟକ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମା ସମ୍ପର୍କରେ ଆମେରିକା ସହିତ ଆଲୋଚନା ଚାଲିଛି । 

ଭାରତ ଏହି ଉଦ୍ଦେଶ୍ୟ ପ୍ରତି ସମ୍ପୂର୍ଣ୍ଣ ପ୍ରତିବଦ୍ଧ ଏବଂ ଗଠନମୂଳକ ଆଲୋଚନା ମାଧ୍ୟମରେ ଏକ ସମାଧାନ ଆଡକୁ ଅଗ୍ରସର ହେଉଛି । ସରକାର କହିଛନ୍ତି ଯେ, ଦେଶର ଚାଷୀ, ଉଦ୍ୟୋଗୀ ଏବଂ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (MSME) ସ୍ୱାର୍ଥର ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦିଆଯାଉଛି । ଏହା ସହିତ ସରକାର ଆଶ୍ୱାସନା ଦେଇଛନ୍ତି ଯେ, ଜାତୀୟ ସ୍ୱାର୍ଥର ସୁରକ୍ଷା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯିବ । 

ସୂଚନାଯୋଗ୍ୟ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର (୩୦ ଜୁଲାଇ, ୨୦୨୫) ଏକପାଖିଆ ଭାବରେ ଘୋଷଣା କରିଛନ୍ତି ଯେ, ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲାଗୁ କରାଯିବ । ଭାରତକୁ ଅଗଷ୍ଟ ୧ ରୁ ୨୫ ପ୍ରତିଶତ ଶୁଳ୍କ ଦେବାକୁ ପଡିବ। ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଲେଖିଛନ୍ତି, ‘ଭାରତ ଆମର ବନ୍ଧୁ, କିନ୍ତୁ ଗତ କିଛି ବର୍ଷ ମଧ୍ୟରେ ଆମେ ଭାରତ ସହିତ ତୁଳନାତ୍ମକ ଭାବରେ କମ୍ ବାଣିଜ୍ୟ କରିଛୁ । କାରଣ ସେମାନଙ୍କର ଶୁଳ୍କ ବହୁତ ଅଧିକ, ବିଶ୍ୱରେ ସର୍ବାଧିକ।’ ଟ୍ରମ୍ପ ଆହୁରି ଲେଖିଛନ୍ତି, ‘ସେଥିପାଇଁ ଭାରତକୁ ଅଗଷ୍ଟ ୧ ରୁ ୨୫ ପ୍ରତିଶତ ଶୁଳ୍କ ଏବଂ ଜରିମାନା ଦେବାକୁ ପଡିବ।’

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.