ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ନବ ଦାସ ହତ୍ୟାକାଣ୍ଡ : ଆଇନ୍‌ମନ୍ତ୍ରୀ କହିଲେ,"ତଦନ୍ତ ପ୍ରକ୍ରିୟା କ'ଣ ହେବ, ତାହା ସରକାର ନିଷ୍ପତ୍ତି ନେବେ"

Published By : Harapriya Sethi | January 23, 2025 2:29 PM

ଭୁବନେଶ୍ୱର,୨୩/୦୧: ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଖୁବ୍‌ଶୀଘ୍ର ସରକାର ନିଷ୍ପତି ନେବେ । ତଦନ୍ତ ପ୍ରକ୍ରିୟା କ’ଣ ହେବ, ସେ ନେଇ ସରକାର ଆଗକୁ ନିଷ୍ପତ୍ତି ନେବେ । ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି । ପୂର୍ବ ସରକାର ସମୟରେ ଭୟର ବାତାବରଣ ଥିବାରୁ ଅନେକ ଲୋକ ମୁହଁ ଖୋଲୁନଥିଲେ । ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ମୁହଁ ଖୋଲିବାକୁ ସାହାସ କରୁନଥିଲେ, ସେ ଭୟ ଦୂରେଇଯାଇଛି । ତେଣୁ ଅନେକ ତଥ୍ୟ ଧୀରେ ଧୀରେ ସାମ୍ନାକୁ ଆସିବା ଆରମ୍ଭ ହୋଇଛି । ଆଉ ସେହି ସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ । ସବୁ ଘଟଣାକୁ ତଦନ୍ତ ପରିସରଭୁକ୍ତ କଲେ ଆଗାମୀ ଦିନରେ ଯେଉଁ ସତ୍ୟକୁ ନେଇ ବିଭିନ୍ନ ପ୍ରଶ୍ନ ଉଠୁଥିଲା, ଯେ ଜଣେ ବିଶିଷ୍ଟ ଲୋକଙ୍କ ମୃତ୍ୟୁ ହେଲା, କାହିଁକି ହେଲା, କିଏ କଲା, ଷଡ଼ଯନ୍ତ୍ରରେ କିଏ ଭାଗୀଦାର ଥିଲେ, ଏସବୁ କଥା ଆଗାମୀ ଦିନରେ ନିଶ୍ଚିତ ଭାବେ ସାମ୍ନାକୁ ଆସିବ ବୋଲି ଆଶା ଅଛି ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

ସେପଟେ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗରେ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁତ୍ତ୍ୱପୂର୍ଣ୍ଣ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ବହୁତ ତଥ୍ୟ ସେ ସମୟରେ ଦେଇଥିଲି । ଆଜି ବି ଦେଇଛି । ତାହା ଆଇସୋଲେସନରେ ରହିଛି । ବିସ୍ତାର ଭାବେ ଆଗକୁ ଏ ବିଷୟରେ ଆଲୋଚନା ହେବ ବୋଲି ମନ୍ତ୍ରୀ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.