PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଇଂଲଣ୍ଡ ବିପକ୍ଷ ଗୋଟିଏ ଟେଷ୍ଟ ପାଇଁ ଭାରତୀୟ ଦଳ ଘୋଷଣା, ସାମିଲ ହେଲେ ପୂଜାରା

pic - internet

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଗୋଟିଏ ଟେଷ୍ଟ ମ୍ୟାଚ୍ ପାଇଁ ଟିମ୍ ଇଣ୍ଡିଆ ଚୟନକର୍ତ୍ତା ୧୭ ଜଣିଆ ଦଳ ଘୋଷଣା କରିଛନ୍ତି । ଦଳକୁ ଫେରିଛନ୍ତି ବରିଷ୍ଠ ବ୍ୟାଟସମ୍ୟାନ ଚେତେଶ୍ଵର ପୂଜାରା। ଟେଷ୍ଟ ଦଳର ଅଧିକାଂଶ ସଦସ୍ୟ ନିଜର ସ୍ଥାନ ବଜାୟ ରଖିଛନ୍ତି। ଗତ ବର୍ଷ ଇଂଲଣ୍ଡରେ ଖେଳାଯାଇଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଗୋଟିଏ ମ୍ୟାଚ୍ ଖେଳିବା ବାକି ରହିଥିଲା। ଏହି ମୁକାବିଲା ଜୁଲାଇ ୧ରୁ ଆରମ୍ଭ  ହେବ।

ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍ ପାଇଁ ଟିମ୍ ଇଣ୍ଡିଆ

ରୋହିତ ଶର୍ମା(ଅଧିନାୟକ), କେଏଲ ରାହୁଲ(ଉପ ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ହନୁମା ବିହାରୀ, ଚେତେଶ୍ଵର ପୂଜାରା, ଋଷଭ ପନ୍ତ, କେଏସ ଭରତ, ରବୀନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ଵିନ, ଶାର୍ଦ୍ଦୁଳ ଠାକୁର, ମହମ୍ମଦ ଶାମି, ଯଶପ୍ରୀତ ବୁମରା, ମହମ୍ମଦ ସିରାଜ, ଉମେଶ ଯାଦବ, ପ୍ରସିଦ୍ଧ କୃଷ୍ଣା।

ସମ୍ବନ୍ଧିତ ଖବର