ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଉଦୟଗିରିରେ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ : ୧୭ଟି ରାଷ୍ଟ୍ରରୁ ଯୋଗ ଦେଇଛନ୍ତି ୧୫ଶହ ସନ୍ୟାସୀ, ମନ୍ତ୍ର ଗାନରେ ଗୁଞ୍ଜରିତ ପରିବେଶ

Published By : Rasmita Pradhan | January 16, 2025 1:02 PM

ଭୁବନେଶ୍ଵର, ୧୬/୦୧ : ଯାଜପୁର ଜିଲ୍ଲାର ପ୍ରସିଦ୍ଧ ବୌଦ୍ଧ ବିହାର ଉଦୟଗିରିରେ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଯାହାକୁ ନେଇ ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ବିହାର ତଥା ହୀରକ ତ୍ରିଭୁଜ କୁହାଯାଉଥିବା ଲଳିତଗିରି, ଉଦୟଗିରି ଓ ରତ୍ନଗିରି ପୀଠ ଚଳଚଞ୍ଚଳ ହୋଇଛି। ଗୁରୁ ପଦ୍ମସମ୍ଭବଙ୍କ ବୌଦ୍ଧ ମନ୍ତ୍ର ଗାନ ଓ ପ୍ରାର୍ଥନାରେ ପୁରା ପରିବେଶ ଗୁଞ୍ଜରିତ ହେଉଛି। ବୌଦ୍ଧ ସମ୍ମିଳନୀରେ ୧୭ଟି ରାଷ୍ଟ୍ରରୁ ପାଖାପାଖି ୧୫ଶହ ବୌଦ୍ଧ ସନ୍ୟାସୀ ଯୋଗ ଦେଇଛନ୍ତି। ପ୍ରତ୍ୟେହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଚକ୍ର ଅନୁଷ୍ଠିତ ହେଉଛି। ବୌଦ୍ଧ ବିହାରକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। 

ଅଧିକ ପଢନ୍ତୁ-ଯୁବ ନେତୃତ୍ୱଙ୍କୁ ରାଜ୍ୟ କଂଗ୍ରେସ ମଙ୍ଗ: ଦିଲ୍ଲୀରେ ସପ୍ତଗିରି, କାଡ଼ାମ୍‌ ,୨୦ରେ ଆସିବେ ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ଉଦୟଭାନୁ

ସୂଚନାନୁଯାୟୀ, ଉଦୟଗିରି ଠାରେ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ଚାଲିଛି। ଏହି ସମାରୋହରେ ଦେଶ ବିଦେଶରୁ ଆସିଥିବା ବିଭିନ୍ନ ବୌଦ୍ଧ ଭିକ୍ଷୁ ଓ ପ୍ରତିନିଧି ମଣ୍ଡଳୀ ପବିତ୍ର ଧର୍ମଗ୍ରନ୍ଥ ପାଠ କରୁଛନ୍ତି। ଉଦୟଗିରିର ମାଧବପୁର ବୌଦ୍ଧ ବିହାର ଅଗଣାରେ ବିନୟ ପିଟକ ଗ୍ରନ୍ଥର ଅଧ୍ୟାୟ ପାଠ କରାଯାଉଛି। ସେହିପରି ମହାସ୍ତୁପର ପଛ ପାର୍ଶ୍ଵରେ ଆହୋରାତ୍ର ଶତାଧିକ ଦୀପ ପ୍ରଜ୍ବଳିତ କରି ରଖାଯାଇଛି। ମହାବିହାରକୁ ଯାଇଥିବା ରାସ୍ତାରେ ଅସ୍ଥାୟୀ ତମ୍ବୁ ଶିବିର କରାଯାଇଛି। ସାରାରାତି ସେଠାରେ ପ୍ରାର୍ଥନା ସହିତ ବୌଦ୍ଧ ଭିକ୍ଷୁମାନେ ମନ୍ତ୍ର ଉଚ୍ଚାରଣ କରୁଛନ୍ତି। ଏପଟେ ବୌଦ୍ଧ ସମ୍ମିଳନୀ ପାଇଁ ପର୍ଯ୍ୟଟକ ଓ ବୌଦ୍ଧ ପ୍ରେମୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଛି। ପ୍ରଥମ ଥର ପାଇଁ ଓଡ଼ିଶାର ଉଦୟଗିରି ଠାରେ ଅନୁଷ୍ଠିତ ଏହି ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀରେ ୧୭ଟି ରାଷ୍ଟ୍ରରୁ ପାଖାପାଖି ୧୫ଶହ ବୌଦ୍ଧ ସନ୍ୟାସୀ ଯୋଗ ଦେଇଛନ୍ତି। ସେମାନଙ୍କୁ ଆତିଥ୍ୟ ଦେବା ସହ ରହଣୀ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.