ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ବିଲ୍ କରାଇ ଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ, ମାଡ଼ି ବସିଲା ଭିଜିଲାନ୍ସ

Published By : Rasmita Pradhan | November 4, 2024 11:38 AM

କନ୍ଧମାଳ, ୦୪/୧୧ : ଭିଜିଲାନ୍ସ ଜାଲରେ ଫିରିଙ୍ଗିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ ଅଶୋକ ପାଢ଼ୀ। ବିଲ୍ କରାଇ ଦେବାକୁ କହି ଜଣେ ଠିକାଦାରଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡିଛନ୍ତି। ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ ହୋଇଛି। 

ସୂଚନାନୁଯାୟୀ, ଗୋଚ୍ଛାପଡା ପଞ୍ଚାୟତ ବ୍ରୁଡିଗୁଡା ଠାରେ ଏକ ବିଶ୍ରାମାଗାର ନିର୍ମାଣ କରାଯାଇଥିଲା। ଏହି କାମର ବିଲ୍ କରାଇ ଦେବା ପାଇଁ ଯନ୍ତ୍ରୀ ଅଶୋକ ଠିକାଦାର ରଘୁନାଥ ମହାକୁଡ଼ଙ୍କ ଠାରୁ ୧୦ ହଜାର ଟଙ୍କା ଦାବି କରିଥିଲେ। ରଘୁନାଥ ଏନେଇ ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ସୋମବାର ସକାଳେ ଯନ୍ତ୍ରୀ ଫିରିଙ୍ଗିଆ ସ୍ଥିତ ନିଜ ସରକାରୀ ବାସଭବନରେ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ବେଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ତାଙ୍କୁ ଧରିଥିଲେ ଭିଜିଲାନ୍ସ ବିଭାଗ। ଏବେ ଯନ୍ତ୍ରୀଙ୍କ ସମ୍ପତ୍ତି ଆକଳନ ପାଇଁ ଭିଜିଲାନ୍ସ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଥିବା ଜଣାପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.