ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବେଦାନ୍ତ ବିଶ୍ବବିଦ୍ୟାଳୟ ପାଇଁ ଅଧିଗ୍ରହଣ ହୋଇଥିବା ଜମି ଲୋକଙ୍କୁ ଫେରାଇ ଦିଆଯିବ : ରାଜସ୍ବ ମନ୍ତ୍ରୀ

Published By : Suraj Kumar | November 13, 2024 4:02 PM

ଭୁବନେଶ୍ବର, ୧୩।୧୧ : ବେଦାନ୍ତ ବିଶ୍ବବିଦ୍ୟାଳୟକୁ ନେଇ ଅଧିଗ୍ରହଣ ହୋଇଥିବା ଜମି ଲୋକଙ୍କୁ ଫେରାଇ ଦିଆଯିବ । ଯେତେ ଜଣଙ୍କ ଜମି ନିଆଯାଇଛି, ଫେରସ୍ତ ହେବ। ଜମି ବାବଦ କ୍ଷତିପୂରଣ ଲୋକମାନେ ଫେରାଇବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

୨୨ଟି ଗାଁର ଜମିକୁ ଅଧିଗ୍ରହଣ ପାଇଁ ନିଷ୍ପତ୍ତି ହୋଇଥିଲା।ଘରୋଇ ଜମି ଅଧିଗ୍ରହଣ ପାଇଁ ଆଓ୍ବାର୍ଡ କରାଯାଇଥିଲା। ୬୪୨.୦୨ ସରକାରୀ ଜମି ଲିଜ୍ ସାଙ୍କସନ ହୋଇଥିଲା।ଜମି ଅଧିଗ୍ରହଣ ମାମଲା ହାଇକୋର୍ଟରେ ପହଞ୍ଚିଥିଲା।ତତ୍କାଳୀନ ସରକାରଙ୍କ ଜମି ଅଧିଗ୍ରହଣ ପ୍ରକ୍ରିୟା ତ୍ରୁଟିପୂର୍ଣ୍ଣ ଥିଲା।ବିଶ୍ବବିଦ୍ୟାଳୟ ନ ହେବାରୁ ଜମି ଫେରସ୍ତ ଦିଆଯିବ ବୋଲି ସେ କହିଛନ୍ତି। 

ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ମୋଟ ୩୩୪୨.୫୩ ଏକର ଘରୋଇ ଜମି ଅଧିଗ୍ରହଣ କରାଯାଇଥିଲା।ଜମିହରାଙ୍କୁ ଚିହ୍ନଟ କରି ସେମାନଙ୍କ ଜମି ଫେରସ୍ତ କରାଯିବ।ଏ ନେଇ ସରକାରୀ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିନେ ଦୁଇ ଦିନରେ ବିଜ୍ଞପ୍ତି ପ୍ରକାଶ ପାଇବ। ଲୋକଙ୍କୁ ସେମାନଙ୍କ ଜମି ମିଳିବ। ଲୋକ ତାକୁ ଦଖଲକୁ ନେବେ। ଫେରି ପାଉଥିବା ଜମିକୁ ସଂପୃକ୍ତ ଲୋକଙ୍କ ନାଁରେ ପଞ୍ଜୀକୃତ କରାଯିବ।ଜମି ପାଇଁ ଲୋକମାନେ ପାଇଥିବା କ୍ଷତିପୂରଣ ସରକାରଙ୍କୁ ଫେରାଇବେ ବୋଲି ସେ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.