ପ୍ରମୂଖ ଖବର
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଆରମ୍ଭ ହେଲା ସାମୁଦ୍ରିକ ଝଡ଼ 'ଦାନା'ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା; ୧୩ କିଲୋମିଟର ବେଗରେ ଉପକୂଳ ମୁହାଁ ହେଉଛି ବାତ୍ୟା

Published By : Soubhagya Ranjan | October 25, 2024 12:23 AM

ଭୁବନେଶ୍ବର,୨୫/୧୦: ପବନର ବେଗ ବଢ଼ିବାରେ ଲାଗିଛି। ସମୁଦ୍ରରେ ଉଠୁଛି ବଡ଼ ଜୂଆର। ପାରାଦୀପ ଠାରୁ ୫୦ ଏବଂ ଧାମରା ଠାରୁ ମାତ୍ର ୬୦ କିଲୋମିଟର ଦୂରରେ ରହିଛି ସାମୁଦ୍ରିକ ଝଡ଼ 'ଦାନା'। ଘଣ୍ଟାକୁ ୧୩ କିଲୋମିଟର ବେଗରେ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା 'ଦାନା'। ଏଥିସହିତ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବା ସହିତ ସକାଳ ପର୍ଯ୍ୟନ୍ତ ଚାଲିବ ରହିବ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି। 

ଉପକୂଳ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରେ ଲାଗିଛି। ଭିତରକନିକାରୁ ଧାମରା ମଧ୍ୟରେ ଦାନା ଲ୍ୟାଣ୍ଡଫଲ୍‌ କରିବ ବୋଲି ସ୍ପଷ୍ଟ ହୋଇଛି। ଲ୍ୟାଣ୍ଡଫଲ ପ୍ରକିୟା ୫ ଘଣ୍ଟାଧରି ଚାଲିବା ସହିତ ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦ ରୁ ୧୧୦ କିଲୋମିଟର ରହିବ ବୋଲି ସ୍ପଷ୍ଟ ହୋଇଛି। ତେବେ ଆଗାମୀ ତିନି ଘଣ୍ଟା ମଧ୍ୟରେ 'ଦାନା' ସ୍ଥଳଭାଗ ଛୁଇଁବା ନେଇ ସ୍ପଷ୍ଟ କରିଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଶ୍ରୀ ମୃତ୍ୟୁଞ୍ଜୟ ମହାପାତ୍ର।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.