ମେଷ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଷଷ୍ଠ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିିକ ମୁକ୍ତି ମିଳିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋନହର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ପଞ୍ଚମ ଚନ୍ଦ୍ର ଯୋଗୁ ମାନସିକ ଦୁଶ୍ଚିନ୍ତା, ମାନ, ସମ୍ମାନ ହାନି, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ବିଦ୍ୟାରେ ବିଫଳତା, ସନ୍ତାନମାନଙ୍କର ବିଶୃଙ୍ଖଳତା, ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା, ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ଚତୁର୍ଥ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଅନ୍ୟକୁ ଦେଇଥିବା ଧନ, ବକେୟା ଧନ ଫେରିପାଇବେ । ଧନର ସତ୍ ବିନିଯୋଗ କରିବେ ଓ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ମଘା ଓ ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ତୃତୀୟ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବସନ, ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ଧନୁ : ଘାତବାର, ଦ୍ୱାଦଶ ଚନ୍ଦ୍ର ଏବଂ ଅମାବାସ୍ୟା ତିଥି ଯୋଗୁ ସମସ୍ତ କର୍ମରେ, ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ କମ୍ ରହିବ ଏବଂ ସମସ୍ତଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଏକାଦଶ ଚନ୍ଦ୍ର, ଶୁକ୍ରବାର, ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଆୟ ଅଧିକ କରିବା ପାଇଁ ନୂତନ କଳା, କୌଶଳ ଆପଣାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା, ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ଦଶମ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା: ମା’ କମଳା ।

ମୀନ : ଘାତବାର ଓ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ବାଦ, ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ପଦସ୍ଥ ଅଧିକାରୀ, ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ପିତାମାତା ଓ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷତି ଓ ଠକାମିରେ ପଡ଼ିପାରନ୍ତି ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩