ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଶିବ ଓ ଶକ୍ତି ଉପାସନାର ପର୍ବ ହେଉଛି ମେରୁ ଯାତ୍ରା : ଧର୍ମେନ୍ଦ୍ର ପ୍ରଧାନ

Published By : Suraj Kumar | April 14, 2025 8:14 PM

ସମ୍ବଲପୁର, ୧୪।୨ ; ପବିତ୍ର ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ ଅବସରରେ ସମ୍ବଲପୁର ଜିଲ୍ଲା ରେଢାଖୋଲ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଖୁବେଲ ଏବଂ ହୀରାକୁଦ ଠାରେ ମେରୁଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। 

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରଥମେ ଖୁବେଲ ସ୍ଥିତ ମନ୍ଦିରରେ ମା' ଦକ୍ଷିଣକାଳୀ ଏବଂ ବାବା ସିଦ୍ଧେଶ୍ୱରଙ୍କ ଦର୍ଶନ କରିଥିଲେ । ପରେ ହୀରାକୁଦ ଠାରେ ମା’ ଦଣ୍ଡକାଳୀ ମନ୍ଦିରରେ ଦର୍ଶନ କରିବା ସହ ମେରୁ ଯାତ୍ରାରେ ସମବେତ ଜନସାଧାରଣଙ୍କ ସହ ଯୋଗଦେଇଥିଲେ । ଏହି ଅବସରରେ ଶ୍ରୀ ପ୍ରଧାନ ଉପସ୍ଥିତ ଜନସାଧାରଣଙ୍କୁ ପବିତ୍ର ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଥିଲେ । 

ସେ କହିଥିଲେ  ଶିବ ଓ ଶକ୍ତି ଉପାସନାର ପର୍ବ ହେଉଛି ମେରୁ ଯାତ୍ରା । ଏହି ଯାତ୍ରା ଆମ ଲୋକପରମ୍ପରାରେ ସ୍ୱତନ୍ତ୍ର ସ୍ଥାନ ବଜାୟ ରଖିଛି । ହଜାର ହଜାର ସଂଖ୍ୟାରେ ନାଗରିକମାନେ ଏହି ଯାତ୍ରାରେ ଏକାଠି ହେବା ଆମ ସମାଜରେ ଭକ୍ତି, ନିଷ୍ଠା ଓ ଆଧ୍ୟାତ୍ମିକତା ଭାବାବେଗର ପରିଚୟ ଦେଉଛି । ମେରୁ ଯାତ୍ରାରେ ସାମିଲ ହେବା ମୋର ସୌଭାଗ୍ୟ । ତେବେ ଓଡ଼ିଆ ନୂଆ ବର୍ଷ ସମସ୍ତଙ୍କ ପାଇଁ ଆନନ୍ଦ, ଉଲ୍ଲାସ ଏବଂ ସମ୍ଭାବନାର ବର୍ଷ ହେଉ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା'ସମଲେଶ୍ୱରୀଙ୍କ ପାଖରେ ସମାଜର ମଙ୍ଗଳ କାମନା କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.