ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ନବମ ବାର୍ଷିକ ଗ୍ରାମାଞ୍ଚଳ ଫୁଟବଲ ପତିଯୋଗିତା ଉଦଯାପିତ

ଫିରିଙ୍ଗିଆ,୨୮/୮ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ର ଜାଜେସପାଙ୍ଗା ପଂଚାୟତ ଅଧୀନରେ ଥିବା ଉପରଦାମୀଙ୍ଗିଆ ଠାରେ ଚାଲିଥିବା ୯ମ ବାର୍ଷିକ ଆଞ୍ଚଳିକ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି I ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ୍ୟ ଏହି ଟୁର୍ଣ୍ଣାମେଣ୍ଟକୁ ଉପରଦାମିଙ୍ଗିଆଠାରେ ଥିବା ଶ୍ରୀରାମ କ୍ଲବ ଆୟୋଜନ କରିଥିବାବେଳେ ୪ ଦିନ ଧରି ଚାଲିଥିବା ଏହି ଟୁର୍ଣ୍ଣାମେଣ୍ଟରେ ଫିରିଙ୍ଗିଆ ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରୁ ଆସିଥିବା ୧୬ଟି ଫୁଟବଲ ଟିମ ଭାଗ ନେଇଥିବାବେଳେ ଦାମାରେଜୁ ଓ ଲାଇଜଡି ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା I 

ଏଥିରେ ଦାମାରେଜୁକୁ ଦୁଇ ଶୂନ ଗୋଲରେ ହରାଇ ଲଇଯୋଡି ଚାମ୍ପିୟନ ହୋଇଥିଲା I ତେବେ ଏହି ଟୁର୍ଣ୍ଣାମେଣ୍ଟର ଉଦଯାପନୀ ଉତ୍ସବରେ ଜାଜେସପାଙ୍ଗା ସମିତି ସଭ୍ୟ ପଣ୍ଡିକ କହଁରଙ୍କ ସହ ଗୋଛାପଡା ସରପଞ୍ଚ ଯୁଗାନ୍ତ କହଁର, ପୂର୍ବତନ ସରପଞ୍ଚ ଗୁପ୍ତେଶ୍ୱର କହଁର ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ I ଅନ୍ୟପଟେ ୩ ଦିନ ଧରି ଏହି କାର୍ଯ୍ୟକ୍ରମକୁ କ୍ଲବର ସଭାପତି ଗୋବିନ୍ଦ କହଁର, ସମ୍ପାଦକ ନବକିଶୋର କହଁର, ସହସମ୍ପାଦକ ଗୁରୁଦେବ କହଁର, ସଦସ୍ୟ ପାଣ୍ଡବ କହଁର, ହାରିବନ୍ଧୁ କହଁର, ସୁଧୀର କହଁର, ସଞ୍ଜୟ କହଁର, ସାମନ୍ତ କହଁର, ଟହଁମା କହଁର,ସେମ ଦିଗାଲ, ଲୁକାସ ଦିଗାଲ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହି ପରିଚାଳନା କରିଥିଲେ ।

ଅଂଚଳର ଜଣାଶୁଣା ଖେଳ ପରିଚାଳକ ତ୍ରିନାଥ ମଳିକଙ୍କ ସହ ହେମନନ୍ଦ ମଳିକ ଓ ଦିଲୀପ ମଳିକ ରେଫରୀ ଭାବେ ଖେଳ ପରିଚାଳନା କରିଥିଲେ I କାର୍ଯ୍ୟକ୍ରମ ଶେଷରେ ଉଭୟ ବିଜେତା ଓ ଉପବିଜେତା ଦଳର ଖେଳାଳିମାନଙ୍କୁ ଟ୍ରଫି ପ୍ରଦାନ କରାଯାଇ ପୁରସ୍କୃତ କରାଯାଇଥିଲା I

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.