ଭୁବନେଶ୍ୱର, ୧।୬: ଓଡ଼ିଶାରେ କାୟା ମେଲାଉଛି କରୋନା । ରାଜ୍ୟରେ ଆଉ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ୮ରୁ ବୃଦ୍ଧି ପାଇ କୋଭିଡ୍ ସଂଖ୍ୟା ୧୧ରେ ପହଞ୍ଚିଛି । ନୂଆ ଆକ୍ରାନ୍ତ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଶନିବାର ରାଜ୍ୟରେ ୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ ଓ କଟକ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କରୋନାରେ ପ୍ରଥମ ମୃତ୍ୟୁ ନେଇ ଅବଗତ ଅଛି ସ୍ୱାସ୍ଥ୍ୟ ବିଭାଗ ।
କହିରଖୁ କି, ମେ ୨୨ ତାରିଖରେ ରାଜ୍ୟରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡ଼ିଥିଲା । ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ । ଆକ୍ରାନ୍ତ ଜଣକ ଜଣେ ବୃଦ୍ଧ ହୋଇଥିବା ବେଳେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ।