ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଚିକିଟି ବିଷାକ୍ତ ମଦ ନେଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା

ଚିକିଟି, ୨୧।୮ :  ଚିକିଟି ବିଷାକ୍ତ ମଦ ପିଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଚିକିଟି ବ୍ଲକ ଜେନାପୁର ଗାଁର ଲୋକନାଥ ବେହେରା ।ଏମକେସିଜି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।  ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି । ମଙ୍ଗଳବାର ଜେନାପୁର ଗାଁର ଜୁର ବେହେରାଙ୍କ ବିଷାକ୍ତ ମଦ ପିଇ ମୃତ୍ୟୁ ହୋଇଥିଲା ।

ବିଷାକ୍ତ ଓ ଅପମିଶ୍ରିତ ମଦ ପିଇ ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ କେ.ନୂଆଗାଁ ଥାନା ଅନ୍ତର୍ଗତ ଜେନାପୁର ଓ କରବାଲୁଆ ଗାଁର ୨୦ରୁ ଅଧିକ ବ୍ୟକ୍ତି ଅସୁସ୍ଥ ହୋଇଥିଲେ । ସେମାନଙ୍କୁ ଚିକିଟି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରବର୍ତ୍ତି ସମୟରେ ବ୍ରହ୍ମପୁର ବଡ଼ ମେଡିକାଲରେ ୧୫ ଜଣ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ।  ସେଠାରେ ମଙ୍ଗଳବାର ରାତିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବୁଧବାର ଲୋକନାଥଙ୍କ ମୃତ୍ୟୁ ଘଟିଛି। 

 ଅନ୍ୟପକ୍ଷରେ ବିଷାକ୍ତ ମଦ ବିକ୍ରି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଅବକାରୀ ବିଭାଗ ଓ ପୁଲିସ ୭ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରେ ବାପ ପୁଅ ଅଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ ମାଉନ୍ଦପୁରର ନିର୍ମଳା ସାହୁ, ମାଉନ୍ଦପୁର ଗାଁର ବାୟା ସାହୁ, ତାଙ୍କ ପୁଅ ବାପିନି ସାହୁ, ରବି ସାହୁ, ଦେବରାଜ ବିଶୋଇ, ବିଷାକ୍ତ ମଦ ଯୋଗାଉଥିବା ଦିଗପହଣ୍ଡି ଥାନା ଅଞ୍ଚଳର ସୁରେନ୍ଦ୍ର ମଲ୍ଲିକ ଓ ତାର ସହଯୋଗୀ ରାମ ମଲ୍ଲିକ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.