ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଓଡ଼ିଶାରେ ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁଲା, ଖୁସି ବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ

Published By : Gurupada Nath | March 6, 2025 4:55 PM

ଭୁବନେଶ୍ୱର, ୬/୩ : ମାଆ ଭଉଣୀମାନଙ୍କୁ ସଶକ୍ତ ଓ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ‘ସୁଭଦ୍ରା ଯୋଜନା’ରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟିରୁ ଅଧିକ ହେବା ଅବସରରେ ଖୁସି ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ‘ଏକ୍ସ’ରେ ସୁଭଦ୍ରା ଯୋଜନା ସମ୍ପର୍କୀତ ଏକ ଭିଡ଼ିଓ ପୋଷ୍ଟ କରି ଉଲ୍ଲେଖ କରିଛନ୍ତି ଯେ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଓଡ଼ିଶାରେ କ୍ରିୟାନ୍ୱୟନ ହୋଇଥିବା ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟିରୁ ଉର୍ଦ୍ଧ୍ୱ ହୋଇଛି । ଆମର ମାଆ ଭଉଣୀମାନଙ୍କୁ ସଶକ୍ତ, ସ୍ୱାବଲମ୍ବୀ ଓ ଆତ୍ମନିର୍ଭର କରିବା ଦିଗରେ ଏହି ଯୋଜନାର ସଫଳ ରୂପାୟନ ପାଇଁ ପ୍ରଧାନମନ୍ତ୍ରୀ ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଓ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଧନ୍ୟବାଦ । 

ଓଡ଼ିଶାର ନାରୀଶକ୍ତିର ଅଭ୍ୟୁତ୍ଥାନ ବଳରେ ହିଁ ଓଡ଼ିଆ ଅସ୍ମିତାର ଶ୍ରୀବୃଦ୍ଧି ସମ୍ଭବ । ସୁଭଦ୍ରା ଯୋଜନା ପ୍ରଧାନମନ୍ତ୍ରୀଙ୍କ ଯୁଗାନ୍ତକାରୀ ଯୋଜନାର ଏକ ପରିକଳ୍ପନା । ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ   ‘ସୁଭଦ୍ରା ଯୋଜନା’ର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୨ ଲକ୍ଷ ୩୦ ହଜାରରୁ ଉର୍ଦ୍ଧ୍ୱ ମା’ଭଉଣୀଙ୍କୁ ୧୧୫ କୋଟି ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ରାଜ୍ୟ ସରକାର ଏହି ଯୋଜନାରେ ଆଜି ସୁଦ୍ଧା  ୧ କୋଟିରୁ ଉର୍ଦ୍ଧ୍ୱ ହିତାଧିକାରୀମାନଙ୍କୁ ୫,୦୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ କରିଛନ୍ତି । ଏହି ଯୋଜନାରେ ଆମର ମାତୃଶକ୍ତିମାନେ ଦୁଇଟି କିସ୍ତିରେ ବାର୍ଷିକ ୧୦ ହଜାର ଟଙ୍କା ହିସାବରେ ଆଗାମୀ ୫ ବର୍ଷ ପର୍ଯ୍ୟନ୍ତ ୫୦ ହଜାର ଟଙ୍କା ପାଇବେ ।   ସୁଭଦ୍ରା ଯୋଜନା ଆମର ମାଆ ଭଉଣୀମାନଙ୍କ ମନୋବଳ ବୃଦ୍ଧି କରିବା ସହ ନାରୀ ସଶକ୍ତିକରଣର ବଡ଼ ପ୍ରତୀକ ହୋଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.