କଟକ, ୧୧।୧୨ : ଆସନ୍ତା ୧୭ ରେ ହେବ ଓଟିଇଟି ପରୀକ୍ଷା। ୪୫୨ଟି କେନ୍ଦ୍ରରେ ହେବ ପରୀକ୍ଷା। ସମସ୍ତ ପରୀକ୍ଷା କେନ୍ଦ୍ରରେ ହୋଇଛି ସିସିଟିଭି ବ୍ୟବସ୍ଥା। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି

  • ୪୫୨ କେନ୍ଦ୍ରରେ ହେବ ପରୀକ୍ଷା
  • ପରୀକ୍ଷା କେନ୍ଦ୍ରରେ  ସିସିଟିଭି ବ୍ୟବସ୍ଥା
  • ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା

ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି। ପେପର -୧ ରେ ୪୭ ହଜାର ୭୨୦ ଜଣ ଓ ପେପର-୨ ରେ ୧ ଲକ୍ଷ ୧୨ ହଜାର ୬୫୯ ପରୀକ୍ଷାର୍ଥୀ ଅଛନ୍ତି। ମୋଟ ୪୫୨ ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି। ଆସନ୍ତା ୧୪ ତାରିଖରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯାଉଛି। ୩୦ ଟି ଜିଲ୍ଲା ପାଇଁ ୩୯ ଟି ରୁଟରେ ଆର୍ମ ପୋଲିସ ସହିତ ପ୍ରଶ୍ନପତ୍ର ପଠାଯିବ ବୋଲି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।