ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ ! ଗୁରୁବାର ରାତିରେ ରଚିବ ତାଣ୍ଡବ

Published By : Rasmita Pradhan | October 23, 2024 2:11 PM

ଭୁବନେଶ୍ଵର, ୨୩/୧୦ : ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ। ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ କରିଛି। ପାରାଦୀପ ରାଡାର୍ ତଥ୍ୟରୁ ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି। 

ସୂଚନାନୁଯାୟୀ, ଗୁରୁବାର ଭୀଷଣ ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ଛୁଇଁବ ଦାନା। ୨୪ ରାତିରେ ୨୫ ସକାଳ ମଧ୍ୟରେ ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଦାନା। ଆଜି ରାତିରୁ କାଲି ସକାଳ ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବ। ଲ୍ୟାଣ୍ଡଫଲ୍ ବେଳେ ୧୧୦ ରୁ ୧୨୦ ଯାଏଁ ପବନର ବେଗ ରହିବ। ୨୪ ଓ ୨୫ ତାରିଖରେ ବାତ୍ୟାର ପ୍ରଭାବ ଅଧିକ ରହିବ। ଏହା ଏବେ ପାରାଦୀପ ଠାରୁ ୫୨୦ ଓ ସାଗରଦ୍ଵୀପ ଠାରୁ ୬୦୦ କିମି ଦୂରରେ ରହିଛି। ବାତ୍ୟା ଏବେ ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି। ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଛି। ଉପକୂଳ ଜିଲ୍ଲାରେ ବର୍ଷା ସହ ପବନ ବଢିବ। ୨୪ ଓ ୨୫ ତାରିଖରେ ଉପକୂଳ ଜିଲ୍ଲାରେ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ। ଧାନ ଓ ପନିପରିବା ବିଶେଷ ଭାବେ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ସମୁଦ୍ରରେ ୧ ରୁ ୨ ମିଟର ଉଚ୍ଚରେ ଜୁଆର ଉଠିବ। କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ଵର ବେଶୀ ପ୍ରଭାବିତ ହେବ। ପୁରୀ, ଖୋର୍ଦ୍ଧା, ଭୁବନେଶ୍ବର, କେନ୍ଦୁଝର, ଢେଙ୍କାନାଳରେ ଅଧିକ ବର୍ଷା ସମ୍ଭାବନା ରହିଛି। 





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.