ମେଷ : ପଞ୍ଚମ ଚନ୍ଦ୍ର, ଗୁରୁବାର ଏବଂ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ଉଚ୍ଚ ପଦବୀର ଅଧିକାରୀ ହେବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।
ବୃଷ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ, ଆର୍ଥିକ ଠକାମି ଏବଂ ମାଲି ମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ କ୍ଷତି ଅଧିକ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।
ମିଥୁନ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ଭାଇଭଉଣୀଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ତାଙ୍କର ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ମେରୁନ୍, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରବାର ବେଳେ ସତର୍କ ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ଧନ, ମାନ ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସ୍ୱର୍ଗୀୟ ସୁଖ ଏବଂ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।
କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ । ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଚକୋଲେଟ୍, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଏକାଦଶ ଚନ୍ଦ୍ର ଏବଂ ଘାତବାର ଯୋଗୁ ଘାତବାରର ପ୍ରଭାବ କମ୍ ରହିବ । ନୂତନ କର୍ମାରମ୍ଭ, ନୂତନ ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରା ଆଦି କରିପାରନ୍ତି । ଆକସ୍ମିକ ଧନଲାଭ ଏବଂ ହୃତଧନ ଫେରିପାଇବେ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା, ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା: ୮, ଆରାଧନା: ମା’ କମଳା ।
ବିଛା : ଦଶମ ଚନ୍ଦ୍ର, ଗୁରୁବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ ହେବ ଏବଂ ସମସ୍ତ କଷ୍ଟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ସମସ୍ତ କର୍ମରେ ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ ଏବଂ ସଫଳତା ଶୀର୍ଷରେ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ : ନବମ ଚନ୍ଦ୍ର, ନବମୀ ତିଥି, ଗୁରୁବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ଏବଂ ମହତ୍ ଜନଙ୍କ ଆଶ୍ରୟ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ପ୍ରାପ୍ତି ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଘାତଚନ୍ଦ୍ର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ଘାତବାର ଏବଂ ସପ୍ତମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍ ରହିବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପୁତ୍ର, କନ୍ୟା କିମ୍ବା ଭାଇ, ଭଉଣୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ବୈବାହିକ କର୍ମରେ ପରିବାର ସହ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
ମୀନ : ଷଷ୍ଠ ଚନ୍ଦ୍ର, ଗୁରୁବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩