ମେଷ : ଦ୍ୱାଦଶ ଚନ୍ଦ୍ର, ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଘାତବାର, ଏକାଦଶ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଦଶମ ଚନ୍ଦ୍ର, ଶନିବାର, ଷଷ୍ଠୀ ତିଥି ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଖର୍ଚ୍ଚ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା: ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଶୁକ୍କଳପକ୍ଷର ନବମ ଚନ୍ଦ୍ର, ଘାତତିଥି ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ଭାଗ୍ୟ, ଭବିଷ୍ୟ ଓ ଭଗବାନ ପ୍ରତି ଅଗାଧ ବିଶ୍ୱାସ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ପ୍ରକାଶ ପାଇବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତବାର, ଅଷ୍ଟମ ତିଥି ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : ଘାତବାର, ସପ୍ତମ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ତଥା ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମ ଆୟୋଜନରେ ବ୍ୟସ୍ତ ରହିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଷଷ୍ଠ ଚନ୍ଦ୍ର, ଷଷ୍ଠୀ ତିଥି ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ମୁକ୍ତି ମିଳିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କର ବାକ୍ ବିଚକ୍ଷଣତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ନୂତନ ବିଦ୍ୟା, କଳା, ସଂସ୍କୃତି ପ୍ରତି ମନରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଳ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ କିମ୍ବା ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ତୃତୀୟ ଚନ୍ଦ୍ର, ଶନିବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ଆୟ ଅଧିକ କରିବା ପାଇଁ ନୂତନ କଳାକୌଶଳ ଆପଣାଇବେ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଆୟର ନୂତନ ମାର୍ଗ ଖୋଲିବ ଏବଂ ଧନର ସତ୍ବିନିଯୋଗ କରିବେ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମରେ ସଫଳତା ଶୀର୍ଷରେ ପହଞ୍ଚିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ଆମୋଦପ୍ରମୋଦରେ ଅଧିକ ଧ୍ୟାନ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଓ ପରିବାର ସଦସ୍ୟଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩