ପ୍ରମୂଖ ଖବର
  • ପଶ୍ଚିମବଙ୍ଗ ଅଶାନ୍ତ ! ଗତ ୨୪ ଘଣ୍ଟାରେ ଦୁଇ ଜଣ ଟିଏମସି ନେତାଙ୍କୁ ହତ୍ୟା
  • ||
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ମୋତେ ସଭାପତି ଡାକିଥିଲେ , ଘରକୁ ଯାଉଛି : ଜଗନ୍ନାଥ ପ୍ରଧାନ

Published By : Gurupada Nath | July 2, 2025 9:58 PM

ଭୁବନେଶ୍ଵର,୨/୭ : ବିଏମସି ଅତିରିକ୍ତ କମିଶନଙ୍କୁ ମାଡ଼ ଘଟଣାକୁ ନେଇ ଆଜି ବିଜେପି ନେତା ଜଗନ୍ନାଥ ପ୍ରଧାନ ବିଜେପି ରାଜ୍ୟ ମୁଖ୍ୟାଳୟରେ ପହଞ୍ଚି ପାର୍ଟିର ଶୃଙ୍ଖଳା କମିଟି ଆଗରେ ହାଜର ହୋଇ ନିଜର ପକ୍ଷ ରଖିଥିଲେ। ଏହା ପରେ ଜଗନ୍ନାଥ ପ୍ରଧାନ ପାର୍ଟି କାର୍ଯ୍ୟାଳୟରୁ ବାହାରି ନିଜ ଘରକୁ ଯାଇଛନ୍ତି। 

ପାର୍ଟି କାର୍ଯ୍ୟାଳୟରୁ ବାହାରିବା ପରେ ଜଗନ୍ନାଥ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି,  ମୋତେ ଦଳୀୟ ସଭାପତି ଡାକିଥିଲେ। ମୁଁ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚି ସଭାପତିଙ୍କ ସହ ଆଲୋଚନା କଲି। ଏହା ପରେ ମୁଁ ଘରକୁ ଯାଉଛି। ଦଳୀୟ କାର୍ଯ୍ୟାଳୟରେ ଶୃଙ୍ଖଳାଗତ କମିଟିରେ ହାଜର  ହେବା ସମୟରେ ଦଳୀୟ ସଭାପତି ମନମୋହନ ସାମଲଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ। ତେବେ ପରବର୍ତ୍ତୀ ସମୟରେ ଏହି ଘଟଣା କେଉଁ ମୋଡ଼ ନେବ ତାହା ସ୍ପଷ୍ଟ ଜଣା ପଡୁନି। 

ଜଗନ୍ନାଥ ପ୍ରଧାନ ଯେଉଁ ସମୟରେ ପାର୍ଟି କାର୍ଯ୍ୟାଳୟ ପହଞ୍ଚିଥିଲେ ତା’ ପରେ ଖାରବେଳନଗର ପୋଲିସ ଓ ଏସିପି ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିଥିବା ଖବର ଆସିଥିଲା। ତେବେ ଶ୍ରୀ ପ୍ରଧାନ ଦଳୀୟ ନେତୃତ୍ବଙ୍କ ସହିତ କ’ଣ କଥା ହେଲେ ସେନେଇ ମୁହଁ ଖୋଲି ନାହାନ୍ତି। ସେହିପରି ଦଳ ପକ୍ଷରୁ ଜଗନ୍ନାଥ ପ୍ରଧାନ ସହିତ କ’ଣ ଆଲୋଚନା ହେଲା, ସେନେଇ ଜଣାପଡ଼ି ନାହିଁ।

ମାତ୍ର କିଛି ସମୟ ପୂର୍ବରୁ ଜଗନ୍ନାଥ ପ୍ରଧାନ ଏକ୍ସରେ ପୋଷ୍ଟ କରି ଆଇନକୁ ସବୁ ପ୍ରକାରର ସହଯୋଗ କରିବି ବୋଲି କହିଥିଲେ। ସେ ଲେଖିଥିଲେ ରାଜ୍ୟରେ ଦୁଇ ଦିନ ହେବ ବିଏମସି ଘଟଣାରେ ବିରୋଧୀ ଦଳ ରାଜନୈତିକ ରୁଟି ସେକିବା ପାଇଁ ପ୍ରୟାସ କରୁଛି। ମୁଁ ଆଗରୁ କହିଛି, ଏବେ ବି କହୁଛି ଏହି ଘଟଣା ଦୁଃଖଦାୟକ ଓ ନିନ୍ଦନୀୟ। ଏହାକୁ ମୁଁ କଡ଼ା ଶବ୍ଦରେ ନିନ୍ଦା କରୁଛି।  ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡ଼କୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ ଆମ ସରକାର ହିତ ପାଇଁ ମୁଁ ଆଇନକୁ ସମ୍ମାନ ଦେଉଛି। ଆଇନ ଅନୁସାରେ ଯାହା କାର୍ଯ୍ୟାନୁଷ୍ଠାନ ନିଆଯିବ, ସେଥିରେ ମୁଁ ସଂପୂର୍ଣ୍ଣ ସହଯୋଗ କରିବି।

ସୂଚନାଯୋଗ୍ୟ, ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ବିଏମସି କାର୍ଯ୍ୟାଳୟ ଭିତରେ ୫ରୁ ୬ ଦୁର୍ବୃତ୍ତ ମାଡ଼ମାରିବା ସହ ଘୋଷାଡ଼ି ଘୋଷାଡ଼ି ନେଉଥିବାର ବିଚଳିତ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା। ଏହି ଘଟଣାରେ କମିଶନରେଟ୍ ପୋଲିସ ୫ ଜଣଙ୍କୁ ଗିରଫ କରି ସାରିଛି। ଗତକାଲି ସଂଜୀବ ମିଶ୍ର ଓ ସଚିକାନ୍ତ ସ୍ବାଇଁ ନାମରେ ୨ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ପୁଲିସ ସୋମବାର ଦିନ ତିନିଜଣ ଅଭିଯୁକ୍ତ ଜୀବନ ରାଉତ, ରଶ୍ମି ରଞ୍ଜନ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଗିରଫ କରିଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.