ପ୍ରମୂଖ ଖବର
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

୨୩ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି; ୩ ରେଳ ପ୍ରକଳ୍ପ, ଆୟୁର୍ବେଦିକ ଗବେଷଣା କେନ୍ଦ୍ରର କରିବେ ଶିଳାନ୍ୟାସ

Published By : Swapna Ray | October 12, 2024 8:51 AM

ପୁରୀ/ଭୁବନେଶ୍ୱର/ରାଇରଙ୍ଗପୁର, ୧୨।୧୦: ଆସନ୍ତା ୨୩ରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗସ୍ତ ବେଳେ ରାଷ୍ଟ୍ରପତି ରାଇରଙ୍ଗପୁର ରେଳ ଷ୍ଟେସନରେ ୩ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ । ସେଥିମଧ୍ୟରୁ ବାଦାମପାହାଡ଼କେନ୍ଦୁଝର ନୂଆ ରେଳ ଲାଇନ, ଗୋରୁମହିଷାଣି-ବାଙ୍ଗିରିପୋଷି ଓ ବୁଡ଼ାମରା-ଚାକୁଳିଆ ରେଳ ଲାଇନ୍‌ ରହିଛି । ଏହା ବ୍ୟତୀତ ବ୍ରିଟିଶ ସମୟରୁ ଥିବା ଦାଣ୍ଡବୋସ ଏୟାରଷ୍ଟ୍ରିପ୍‌ର ୫୦ କୋଟି ଖର୍ଚ୍ଚରେ ସମ୍ପ୍ରସାରଣ ହେବ । ରାଷ୍ଟ୍ରପତି ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ଦେବେ । ଏହା ବ୍ୟତୀତ ରାଇରଙ୍ଗପୁର ହସ୍ପିଟାଲ ପରିସରରେ ଶହେ ଶଯ୍ୟା ବିଶିଷ୍ଟ  ଆୟୁର୍ବେଦିକ ଗବେଷଣା କେନ୍ଦ୍ର ଖୋଲିବ । ସାରା ଦେଶରେ ମାତ୍ର ୧୦ଟି ଆୟୁର୍ବେଦିକ ଗବେଷଣା କେନ୍ଦ୍ର ହେଉଥିବା ବେଳେ ରାଇରଙ୍ଗପୁରରେ ଗୋଟିଏ ପ୍ରତିଷ୍ଠା ହେବ । ଏହି ଅବସରରେ ରାଷ୍ଟ୍ରପତି ବାମନଘାଟିରେ ଚାଷୀଙ୍କୁ ୩ ହଜାର ଉନ୍ନତମାନର ଗାଈ ବଣ୍ଟନ କରିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । 

ଆସନ୍ତା ୨୪ ତାରିଖ ସକାଳ ୮ଟା ୫୫ରେ ରାଷ୍ଟ୍ରପତି ରାଇରଙ୍ଗପୁରରୁ ବାହାରି ଦିନ ୯ଟା ୫ରେ ମୟୂରଭଞ୍ଜ ଦାଣ୍ଡବୋସ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟରରେ ବାହାରି ଦିନ ୧୦ଟା ୫୫ରେ ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ଅବତରଣ କରିବେ । ସେଠାରୁ ଶ୍ରୀମନ୍ଦିରକୁ ଯିବେ । ଦିନ ୧୧ଟା ୨୦ରୁ ୧୧ଟା୫୦ ଭିତରେ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ପରେ ଭିଆଇପି ରୋଡ୍‌ସ୍ଥିତ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟକୁ ଯାଇ ଏହାର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । କାର୍ଯ୍ୟକ୍ରମ ଶେଷ କରି ଦିନ ୧ଟା ୧୦ରେ ପୁରୀ ରାଜଭବନରେ ପହଞ୍ଚି ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ନ ୨ଟା ୫୦ରେ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଭୁବନେଶ୍ୱର ଯିବେ । ଭୁବନେଶ୍ୱରସ୍ଥିତ ଓୟୁଏଟିର ୪୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ସେଠାରୁ ଭୁବନେଶ୍ୱର ନୂଆ ଜୁଡ଼ିସିଆଲ କୋର୍ଟ କମ୍ପେ୍ଲକ୍ସ ଉଦ୍‌ଘାଟନରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ଥିବା ପ୍ରାଥମିକ ସୂଚନା ମିଳିଛି । ରାଷ୍ଟ୍ରପତି ହେବା ପରେ ଶ୍ରୀମତୀ ମୁର୍ମୁଙ୍କ ପୁରୀକୁ ଏହା ତୃତୀୟ ଗସ୍ତ । ଗତ ରଥଯାତ୍ରା ସମୟରେ ରାଷ୍ଟ୍ରପତି ପୁରୀ ଆସି ଶ୍ରୀଗୁଣ୍ଡିଚା ଯାତ୍ରାରେ ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିଥିଲେ ।

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.