ପୁରୀ, ୭/୩: ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ହେବ। ଏହାକୁ ଦୃଷ୍ଟିରେ ରଖି ଛତିଶା ନିଯୋଗର ପରାମର୍ଶକ୍ରମେ ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଆସନ୍ତା ୯ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ସାତ ଦିନ ଧରି ରତ୍ନଭଣ୍ଡାର ସଂରକ୍ଷଣ ତଥା ମରାମତି କାର୍ଯ୍ୟ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ପୋଲିସ କର୍ମଚାରୀଙ୍କୁ ନାଚିବାକୁ ନିର୍ଦ୍ଦେଶ ଦେଲେ ତେ...