PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ମା‘କୁ ହାଣିଲା ପୁଅ, ହତ୍ୟାକାରୀ ଫେରାର

ନିଶ୍ଚିନ୍ତକୋଇଲି,୬/୭ : ମା’କୁ ହାଣିଲା ପୁଅ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁରେ । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବୁଧବାର ସକାଳୁ ସକାଳୁ ଏଭଳି ଅଭାବନୀୟ ଘଟଣା ଘଟିଛି । ମା’ର ବେକକୁ ପନିକିରେ ହାଣି ହତ୍ୟା କରିଛି ପୁଅ । ମୃତକ ହେଲେ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁର ପ୍ରମିଳା ସ୍ବାଇଁ । ହତ୍ୟା ପରେ ୨୧ ବର୍ଷର ପୁଅ ଜିତେନ୍ଦ୍ର ଫେରାର ହୋଇଯାଇଛି ।

ତେବେ ପାରିବାରିକ କଳହରୁ ମା’କୁ ପୁଅ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ନିଶ୍ଚିନ୍ତକୋଇଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ମେଡିକାଲକୁ ପଠାଇଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।