ପ୍ରମୂଖ ଖବର
  • ରଥଯାତ୍ରା ପରିଚାଳନା ଭକ୍ତ ଓ ଭଗବାନଙ୍କ ବଦଳରେ ଭିଆଇପି କେନ୍ଦ୍ରୀତ ଥିଲା : ଭକ୍ତ
  • ||
  • ଗଞ୍ଜାମ : ବ୍ରାହ୍ମଣିଆପଲ୍ଲୀ ଗାଁରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଶରଧାବଲି ଘଟଣାରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ରାଶି
  • ||
  • ଶରଧାବାଲି ଅଘଟଣରେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି, ..IAS ଚଞ୍ଚଲ ରଣା ଏବଂ IPS ପିନାକ ମିଶ୍ରକୁ ମିିଳିଲା ଗୁରୁଦାୟିତ୍ବ
  • ||
  • ମୟୂରଭଞ୍ଜ : ମୋରଡାରେ ବନ୍ୟା ପରିସ୍ଥିତି: ପୋଲ ଉପରେ ଚାଲୁଛି ବନ୍ୟାଜଳ
  • ||
  • ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ନୀତିଗତ ନିଷ୍ପତ୍ତି, ରାଜ୍ୟର ଶିଶୁବାଟିକାରେ ନିଯୁକ୍ତ ହେବେ ‘ଶିଶୁ ସେବିକା’
  • ||
  • ରାଜଧାନୀରେ ଡେଙ୍ଗୁର କାୟା ବିସ୍ତାର: ୧୦୦ ମୁହାଁ ରୋଗୀ ସଂଖ୍ୟା, ଜୁନ୍‌ରେ ସର୍ବାଧିକ ପଜିଟିଭ
  • ||
  • କେନ୍ଦୁଝର : ପାନ ଦୋକାନରେ କଳାକନା ବୁଲାଇଲେ ଲୁଟେରା, ତାଲା ଭାଙ୍ଗି ନେଇଗଲେ ଦାମୀ ସାମଗ୍ରୀ
  • ||
  • ଶରଧାବାଲିରେ ତିନି ରଥ, ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତୀ, ଅପରାହ୍ନରେ ଆଡ଼ପ ପହଣ୍ଡି
  • ||
  • କିଏ ହେବେ ରାଜ୍ୟ ବିଜେପି ସଭାପତି ? ଆଜିଠୁ ତିନି ଦିନ ଚାଲିବ ନିର୍ବାଚନ ପ୍ରକ୍ରିୟା, ବିହାର ସାଂସଦ ସଞ୍ଜୟ ଜୟସ୍ୱାଲ ପର୍ଯ୍ୟବେକ୍ଷକ
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା, ଆଜି ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||
  • ରଥଯାତ୍ରାରେ ବିଭ୍ରାଟ; ଶରଧାବାଲିରେ ବଡ଼ ଧରଣର ଠେଲାପେଲା, ୩ ଶ୍ରଦ୍ଧାଳୁ ମୃତ
  • ||

‘ଶରଧାବାଲି ଦଳାଚକଟା ଅତ୍ୟନ୍ତ ଦୁଃଖ ଦାୟକ; ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ହେବା ଦରକାର’

Published By : Manash Sahoo | June 29, 2025 5:35 PM

ନୂଆଦିଲ୍ଲୀ, ୨୯/୦୬; ପୁରୀ ଶରଧାବାଲି ଠେଲାପେଲାକୁ ନେଇ ଟ୍ବିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି ବିରୋଧି ଦଳନେତା ରାହୁଲ ଗାନ୍ଧି । ଦଳାଚକଟାରେ ପ୍ରାଣ ହରାଇଥିବା ତିନି ଶ୍ରଦ୍ଧାଳୁଙ୍କ ଶୋକସନ୍ତପ୍ତ ପରିବାର ସମବେଦନା ଜଣାଇଛନ୍ତି । ଶୀଘ୍ର ଉଦ୍ଧାର କାର୍ଯ୍ୟ ସାରି ଆହାତଙ୍କୁ ଉତ୍ତମ ଚିକିତ୍ସା ବ୍ୟବସ୍ଥା ପାଇଁ ରାଜ୍ୟ ସରକାରଙ୍କୁ ଅପିଲ୍ କରିଛନ୍ତି । ଏଥିରେ ସହଯୋଗ କରିବାକୁ କଂଗ୍ରେସ କର୍ମୀଙ୍କୁ କହିଛନ୍ତି ।

ମହାପ୍ରଭୁଙ୍କ ଘୋଷଯାତ୍ରା ବିଶ୍ବ ପ୍ରସିଦ୍ଧ । ରଥଯାତ୍ରାରେ  ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ଏତେ ବଡ଼ ଆୟୋଜନରେ ସୁରକ୍ଷା ବ୍ୟବସ୍ଥା ଏବଂ ଭିଡ଼ ନିୟନ୍ତ୍ରଣକୁ ସରକାର ଗମ୍ଭୀରତାର ସହ ନେଇ ସମୀକ୍ଷା କରିବା ଦରକାର । ସବୁ ପରେ ଜୀବନ ବଞ୍ଚାଇବା ସର୍ବୋପରି ଏବଂ ଏଥିରେ ଅବହେଳା ଗ୍ରହଣୀୟ ନୁହେଁ ବୋଲି ବିରୋଧି ଦଳ ନେତା ରାହୁଲ ଗାନ୍ଧି କହିଛନ୍ତି । 


ମହାପ୍ରଭୁଙ୍କ ତିନି ରଥ ସାମ୍ନାରେ ବଡ଼ ଧରଣର ଅଘଟଣ ଘଟିଛି । ରବିବାର ଭୋର ୪ଟା ୫୦ରେ ଶରଧାବାଲିରେ ଠେଲାପେଲା ହୋଇଥିଲା । ଦଳାଚକଟାରେ ୩ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଅଭିଯୋଗ ହୋଇଥିବା ବେଳେ ସମସ୍ତ ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି । ସେମାନଙ୍କ ମଧ୍ୟରୁ ୨ ଜଣ ମହିଳା ପ୍ରଭାତୀ ଦାସ ଏବଂ ବାସନ୍ତୀ ସାହୁ ରଥ ସାମ୍ନାରେ ପ୍ରାଣ ହରାଇଛନ୍ତି । ଅନ୍ୟ ଜଣେ ୭୦ ବର୍ଷୀୟ ବୃଦ୍ଧ ପ୍ରେମାକାନ୍ତ ମହାନ୍ତିଙ୍କର ହସ୍ପିଟାଲରେ ମୃତ୍ୟୁ ହୋଇଥିବା ପୁରୀ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ପବିତ୍ର ମୋହନ ମଲ୍ଲିକ ସୂଚନା ଦେଇଛନ୍ତି ।

   

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.