ପ୍ରମୁଖ ଖବର
  • ହିଞ୍ଜିଳି : ହିଞ୍ଜିଳିରୁ ଶଙ୍ଖନାଦ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆରମ୍ଭ ହେଲା ବିଜେଡିର ବିଜୟ ଯାତ୍ରା
  • ||
  • ଭୁବନେଶ୍ୱର : ମସଲା ବ୍ୟାନ୍‌ ପ୍ରସଙ୍ଗ: ମସଲା ବ୍ୟାନ୍‌ର ମୂଳ କାରଣକୁ ଚିହ୍ନଟ କରାଯିବ
  • ||
  • ଭୁବନେଶ୍ୱର : ନକଲି ପୁଲିସ୍‌, ସିବିଆଇ ଅଧିକାରୀ କହି ଲୁଟୁଥିଲେ; ଇରାନୀ ମୁସଲିମ୍‌ ଗ୍ୟାଙ୍ଗ୍‌ର ୭ ଗିରଫ
  • ||
  • ଭୁବନେଶ୍ୱର : ଲିଭୁନି ଚନ୍ଦକା ନିଅ, ୧୨ ଘଣ୍ଟା ନାକେଦମ୍‌ ବନ କର୍ମଚାରୀ
  • ||
  • ଫୁଲବାଣୀ : ବାରହା ଆକ୍ରମଣରେ ମହିଳା ମୃତ
  • ||
  • ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ
  • ||
  • ଭୁବନେଶ୍ଵର : ମେ ୧ରେ ୪୮ ଡିଗ୍ରୀ ଛୁଇଁବ, ଆହୁରି ୬ ଡିଗ୍ରୀ ବଢ଼ିଯିବ ତାତି
  • ||

'ମୋ ଘର' ଯୋଜନାର ଶୁଭାରମ୍ଭ କଲେ ରାଜ୍ୟ ସରକାର, ଜୁନ୍ ୧୬ରୁ ଆବେଦନ

ଭୁବନେଶ୍ଵର, ୨୯/୫ : 'ମୋ ଘର' ଯୋଜନାର ଶୁଭାରମ୍ଭ କଲେ ରାଜ୍ୟ ସରକାର। ବଳକା ରହିଥିବା କଚ୍ଚା ଘରକୁ ପକ୍କା ଘରରେ ପରିବର୍ତ୍ତନ କରିବାକୁ ରାଜ୍ୟ ସରକାରଙ୍କ ପ୍ରାଥମିକତା। ନିମ୍ନ ଓ ନିମ୍ନ ମଧ୍ୟବିତ୍ତ ପରିବାରଙ୍କ ଆଶା ଓ ଆକାଂକ୍ଷା ପୂରଣ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ୍ ନୂତନ ଯୋଜନା ମୋ ଘରକୁ ଅନୁମୋଦନ କରିଛନ୍ତି। ଏଥିରେ ବର୍ତ୍ତମାନର ଗୃହ ନିର୍ମାଣ ଯୋଜନାର କଠୋର ଚୟନ ମାନଦଣ୍ଡରେ ବାଦ୍ ପଡିଥିବା ପରିବାର ଉପକୃତ ହେବେ।

ପୂର୍ବରୁ ସ୍ଵଳ୍ପ ଗୃହ ନିର୍ମାଣ ସହାୟତା ପାଇଥିବା ପରିବାର ଏହି ଯୋଜନାରେ ଘରର ଉନ୍ନତିକରଣ ବା ସମ୍ପ୍ରସାରଣ କରିପାରିବେ। ଯୋଜନାରେ ହିତାଧିକାରୀ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ପାଇପାରିବେ। ପ୍ରଥମ ବର୍ଷ ରିହାତି ଅବଧିକୁ ବାଦ୍ ଦେଇ ପରବର୍ତ୍ତୀ ୧୦ ବର୍ଷ ମଧ୍ୟରେ ଋଣ ପରିଶୋଧ କରିବାକୁ ହେବ। ପରିବାର କଚ୍ଚା ଘରେ କିମ୍ଵା ଗୋଟିଏ କଠୋରୀ ଥିବା କଂକ୍ରିଟ୍ ଛାତ ଘରେ ରହୁଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ। ପରିବାରର ମାସିକ ଆୟ ୨୫ ହଜାରରୁ କମ୍ ଥିବ। ପରିବାରର ବ୍ୟକ୍ତିଗତ ବ୍ୟବହାର ପାଇଁ କାର୍ ନଥିବ। ପରିବାରର କୌଣସି ସଦସ୍ୟ ସରକାରୀ କିମ୍ଵା ସରକାରୀ ଉଦ୍ୟୋଗରେ ନିୟମିତ କର୍ମଚାରୀ କିମ୍ଵା ପେନସନଭୋଗୀ ହୋଇନଥିବେ। ୫ ଏକର ଜଳସେଚିତ କିମ୍ଵା ୧୫ ଏକର ଅଣଜଳସେଚିତ ଜମିରୁ କମ୍ ଜମି ଥିବା ପରିବାର ଏହି ଯୋଜନାରେ ଲାଭ ପାଇପାରିବେ।

ଭିସୁଟ୍‌ର ରୂପାନ୍ତର ନିମନ୍ତେ ୨ ହଜାର କୋଟି ଟଙ୍କା ବ୍ୟୟରେ ଇନଷ୍ଟିଚ୍ୟୁଟ ଡେଭଲପମେଣ୍ଟ ପ୍ଲାନକୁ କ୍ୟାବିନେଟ ମଞ୍ଜୁରୀ

ଗୃହ ନିର୍ମାଣ ପରେ ରାଜ୍ୟ ସରକାର ସମସ୍ତ ହିତାଧିକାରୀଙ୍କୁ ଋଣ ପରିମାଣ ଅନୁଯାୟୀ ସବସିଡି ରାଶି ପ୍ରଦାନ କରିବେ। ଅନୁସୂଚିତ ଜାତି, ଜନଜାତି ଏବଂ ଭିନ୍ନକ୍ଷମ ମୁଖ୍ୟ ଥିବା ପରିବାରଙ୍କ ପାଇଁ ଅତିରିକ୍ତ ସବସିଡି ରାଶି ପ୍ରଦାନ କରାଯିବ। ଋଣ ପାଇଁ ଇଚ୍ଛୁକ ଥିବା ବ୍ୟକ୍ତି ଆବେଦନ କରିବା ପୂର୍ବରୁ ଯୋଜନା ପାଇଁ ଉଦ୍ଧିଷ୍ଟ ଥିବା ୱେବସାଇଟରେ ପଞ୍ଜିକରଣ କରିବାକୁ ପଡିବ। ଜୁନ୍ ୧୬ ତାରିଖରୁ ଆବେଦନ ଗ୍ରହଣ କରାଯିବ। ଆବେଦନକାରୀ ନିଜେ କିମ୍ଵା ମୋ ସେବା କେନ୍ଦ୍ରରେ ଆବେଦନ କରିପାରିବେ। ପ୍ରାୟ ୪ ଲକ୍ଷ ହିତାଧିକାରୀଙ୍କ ପାଇଁ ଦୁଇ ବର୍ଷରେ ୨୧ ଶହ କୋଟି ଟଙ୍କାର ଆର୍ଥିକ ବ୍ୟୟ ଆକଳନ କରାଯାଇଛି।

wp:embed {"url":"https://www.prameya.com/18-proposals-were-passed-in-the-state-cabinet/","type":"wp-embed","providerNameSlug":"prameya"}
https://www.prameya.com/18-proposals-were-passed-in-the-state-cabinet/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.