ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଆବାସିକ ବିଦ୍ୟାଳୟର ପାଣି ଟାଙ୍କି ଭୁଶୁଡ଼ି ଛାତ୍ର ମୃତ, ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

ବାଲେଶ୍ଵର, ୨୮/୬ : ଆବାସିକ ବିଦ୍ୟାଳୟର ପାଣି ଟାଙ୍କି ଭୁଶୁଡ଼ି ଛାତ୍ର ମୃତ। ବାଲେଶ୍ଵର ଜିଲ୍ଲା ଚାନ୍ଦିପୁର ଥାନା ପଦମପୁର ସ୍ଥିତ ବାଞ୍ଛାନିଧି ଇଂଲିଶ ମିଡିୟମ ରେଶିଡେନସାଲ ସ୍କୁଲ (ଆବାସିକ ବିଦ୍ୟାଳୟ)ର ଏଭଳି ଅଭାବନୀୟ ଘଟଣା ଘଟିଛି। ପାଣି ଟାଙ୍କି ଭୁଶୁଡ଼ି ଜଣେ ୧୦ ବର୍ଷର ଛାତ୍ରର ମୃତ୍ୟୁ ହୋଇଛି। ମୃତ ଛାତ୍ର ଜଣକ ହେଲେ ନାରାୟଣ ଟୁଡୁ। 

ସୂଚନାନୁଯାୟୀ, ଶୁକ୍ରବାର ସକାଳ ୭ଟା ସମୟରେ ଛାତ୍ର ନାରାୟଣ ଖାଇସାରି ହାତ ଧୋଇବାକୁ ଯାଇଥିଲେ। ଏହି ସମୟରେ ଛାତରେ ଥିବା ପାଣି ଟାଙ୍କି ଭୁଶୁଡ଼ି ନାରାୟଣଙ୍କ ଉପରେ ପଡ଼ିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶିଶୁଟିର ଘର ଖୋର୍ଦ୍ଧା ଜିଲ୍ଲା ବାରଙ୍ଗ ବୋଲି ଜଣାପଡିଛି। ଏହି ଘଟଣା ପରେ ଜିଲ୍ଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ଜିଲ୍ଲାପାଳ ଘଟଣାର ତଦନ୍ତ କରିବେ। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.