ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ମରଣ ମୁହଁରୁ ଅଳ୍ପକେ ବର୍ତ୍ତିଲା ଚୋର, ଚୋରି ବେଳେ କରେଣ୍ଟ ଲାଗି ଗୁରୁତର

Published By : Swapna Ray | February 2, 2025 10:55 AM

ଭୁବନେଶ୍ୱର, ୨।୨ : ଚୋରି କରୁ କରୁ ମରଣ ମୁହଁରୁ ଅଳ୍ପକେ ବର୍ତ୍ତିଲେ ଯୁବକ । ଚୋରି ବେଳେ କରେଣ୍ଟ ଲାଗି ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡ଼ିଛି । ଯୁବକ ଜଣକ ଟାୱାରରୁ ଚୋରି କରୁଥିବା ବେଳେ ତାଙ୍କୁ କରେଣ୍ଟ ଲାଗିଥିଲା । ଗୁରୁତର ଯୁବକଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଯୁବକଙ୍କର ଦୁଇ ହାତ ପୋଡ଼ିଯାଇଛି । 

ବିଳମ୍ବିତ ରାତିରେ ୩ରୁ ୪ ଜଣ ଯୁବକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଖିରେଇଟାଙ୍ଗିରୀ ଏୟାରଟେଲ ଟାୱାରରୁ କେବୁଲ ଚୋରି କରିବାକୁ ଆସିଥିଲେ । କେବୁଲ ଚୋରି କରୁଥିବା ସମୟରେ ସେମାନଙ୍କ ମଧ୍ୟରୁ ଜଣେ ଯୁବକ ୧୧କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ । ଆଲାରାମ ବାଜିବା ଫଳରେ ବିଦ୍ୟୁତ୍ ବିଭାଗ କର୍ମଚାରୀ ଓ ଟାୱାର କର୍ମଚାରୀ ଜାଣିପାରିଥିଲେ । ସ୍ଥାନୀୟ ଲୋକେ ଯୁବକଙ୍କୁ ଉଦ୍ଧାର କରି ୧୦୮ ସହାୟତାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ରହିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.