ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଶିବରାଜ ସିଂହ ଚୌହାନଙ୍କ କାରକେଡ୍‌ରେ ଯାଉଥିବା ଗାଡ଼ି ଓଲଟିଲା, ୩ ପୋଲିସ ଅଧିକାରୀ ଆହତ

Published By : Tapas Panda | April 5, 2025 5:47 PM

Image Courtesy: dainiksaveratimes

ଭୋପାଳ: କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ କାରକେଡ୍‌ରେ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ୩ ଜଣ ପୋଲିସ ଅଧିକାରୀ ଆହତ ହୋଇଛନ୍ତି । ଆହତ ପୋଲିସ ଅଧିକାରୀ ସିହୋର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଜି (ଶନିବାର) କେନ୍ଦ୍ରମନ୍ତ୍ରୀ ଶିବରାଜ ଚୌହାନ ଭୋପାଳରୁ ଦେବାସ ଜିଲ୍ଲା ଅନ୍ତର୍ଗତ ଖାତେଗାଁ ସନ୍ଦେଳପୁର ଯାଉଥିଲେ । ଏହି ଦୁର୍ଘଟଣା ଆଷ୍ଟା ଥାନା ଅନ୍ତର୍ଗତ ବେଦାଖେଡ଼ି ହାଇଓ୍ବେରେ ଘଟିଛି । ଦୁର୍ଘଟଣାରେ ଆହତ ପୋଲିସ ଅଧିକାରୀମାନେ ହେଉଛନ୍ତି, ଏସପି ସିମୋଲିଆ, ନୀରଜ ଶୁକ୍ଳା ଏବଂ ଆକାଶ ଅଟଳ । 

ଏସପି ସିମୋଲିଆଙ୍କ ଛାତିରେ ଆଘାତ ଲାଗିଥିବା ବେଳେ ଅନ୍ୟ ଦୁଇ ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ସେପଟେ ଆଜି କେନ୍ଦ୍ରମନ୍ତ୍ରୀ ଶିବରାଜ ଚୌହାନ ଖାତେଗାଁର ଦିବଗଂତ ବିଜେପି ନେତା ଶୁମ୍ଭୁକୁମାର ବାକାଲିବାଲଙ୍କ ପରିଜନଙ୍କୁ ଭେଟି ସମବେଦନା ଜଣାଇଛନ୍ତି ।  ଏହା ପରେ ଗୁଜରାଟରେ ବାଣ କାରଖାନା ବିସ୍ଫୋରଣରେ ପ୍ରାଣ ହରାଇଥିବା ପଂକଜ ସଂକାଲିଆଙ୍କ ଘରକୁ ଯାଇ ତାଙ୍କ ବାପା-ମାଙ୍କୁ ସାକ୍ଷାତ କରିଛନ୍ତି । ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ଅନ୍ୟ ଦୁଇ ଜଣଙ୍କ ପରିବାରକୁ ଭେଟିଛନ୍ତି ଶିବରାଜ ଚୌହାନ । 

ଗୁଜରାଟର ବନାସକାଣ୍ଠାରେ ବେଆଇନ ବାଣ କାରଖାନାରେ ବିସ୍ଫୋରଣ ଘଟି ୨୧ ଜଣଙ୍କ ଜୀବନ ଚାଲି ଯାଇଥିଲା । ସେଥିମଧ୍ୟରୁ ଅଧିକାଂଶ ମୃତ ମଧ୍ୟପ୍ରଦେଶର ଥିଲେ । ଅନ୍ୟପଟେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ବନାସାକାଣ୍ଠା ବିସ୍ଫୋରଣରେ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ସେ ଏକ୍ସରେ ପୋଷ୍ଟ କରି କହିଛନ୍ତି, ମୃତକଙ୍କ ପରିବାର ଲାଗି ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତ କର୍ମଚାରୀଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଦିଆଯିବ । ବିସ୍ଫୋରଣରେ ପ୍ରାଣ ହରାଇଥିବା ୧୮ ଜଣଙ୍କ ଶେଷକୃତ୍ୟ ଗୁରୁବାର (ଏପ୍ରିଲ ୩) ଦେବାସର ନେମାବାର ଘାଟରେ ସଂପନ୍ନ ହୋଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.