ପ୍ରମୂଖ ଖବର
  • ଠାକୁରମୁଣ୍ଡା ଚମ୍ପାଝର ଗ୍ରାମରେ ସ୍ତ୍ରୀକୁ ପିଟି ପିଟି ହତ୍ୟା , ସ୍ୱାମୀ ଅଟକ
  • ||
  • ଉମରକୋଟ : ଖେଳୁଥିବା ବେଳେ ପାଣି କୁଣ୍ଡରେ ପଡି ଶିଶୁପୁତ୍ର ମୃତ
  • ||
  • କଟକ : କାଠଯୋଡ଼ିରେ ବୁଡ଼ି ଯାଇଥିବା ୨ ନାବାଳକ ଉଦ୍ଧାର,ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର
  • ||
  • ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ବ୍ରାହ୍ମଣୀ ନଦୀରେ ଭାସିଗଲେ ଗାଈ ଚରାଳି, ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
  • ||
  • ରାକ୍ଷୀରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୫ ଜଣଙ୍କୁ ଉଠାଇଆଣିଲା ରାଜନଗର ପୁଲିସ
  • ||
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

ବ୍ୟବହାର ହେବନି ‘ହରିଜନ’ ଶବ୍ଦ

Published By : Gurupada Nath | August 12, 2025 8:11 PM

ଭୁବନେଶ୍ବର, ୧୨/୮ : ଆଉ ବ୍ୟବହାର ହେବ ନି ‘ହରିଜନ’ ଶବ୍ଦ । ସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଯୋଗାଯୋଗରୁ ହଟିବ ଏହି ଶବ୍ଦ । ଜାତିଗତ ପ୍ରମାଣ ପତ୍ରରେ ବି ଏହି ଶବ୍ଦ ରହିବନି । ଏ ନେଇ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି । 

ଭାରତୀୟ ସମ୍ବିଧାନର ଧାରା ୩୪୧ଅନୁଯାୟୀ ଅଧିସୂଚିତ ଅନୁସୂଚିତ ଜାତିର ବ୍ୟକ୍ତିମାନଙ୍କୁ ସୂଚିତ କରିବା ପାଇଁ କେବଳ ସାମ୍ବିଧାନିକ ଶବ୍ଦ ‘ଅନୁସୂଚିତ ଜାତି’ ବ୍ୟବହୃତ ହେବ । ‘ହରିଜନ’ ବଦଳରେ ‘ଅନୁସୂଚିତ ଜାତି’ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ରେକର୍ଡ ପତ୍ରରେ ‘ଅନୁସୂଚିତ ଜାତି’ ଉଲ୍ଲେଖ ପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି । ସମସ୍ତ ସରକାରୀ କାର‌୍ୟ୍ୟାଳୟରେ ଏହି ନିର୍ଦ୍ଦେଶ କଡା କଡ଼ି ପାଳନ ହେବ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.