ପ୍ରମୂଖ ଖବର
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଛାତ ଉପରେ ଚାଲିଥିଲା ଘର କାମ, ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ରାଜମିସ୍ତ୍ରୀଙ୍କ ଜୀବନ

Published By : Swapna Ray | July 13, 2025 1:07 PM

ସାନଖେମୁଣ୍ଡି, ୧୩।୭: ଛାତ ଉପରେ ଚାଲିଥିଲା ଘର କାମ । ଘର କାମ କରୁଥିବା ବେଳେ ବିଦ୍ୟୁତ୍ ତାର ଲାଗି ୨୨ ବର୍ଷୀୟ ଯୁବ ମିସ୍ତ୍ରୀ ଜି. ନାରାୟଣ ଦୋରାଙ୍କ ମୃତ୍ୟୁ ଘଟିଛି । ଏହି ଅଭାବନୀୟ ଘଟଣା ରବିବାର ପୂର୍ବାହ୍ନରେ ଦିଗପହଣ୍ଡି ଥାନା ତଥା ସାନଖେମୁଣ୍ଡି ବ୍ଲକ୍ ମୌଳାଭଞ୍ଜା ଗାଁ ସାତଭଉଣୀ ମନ୍ଦିର ସମ୍ମୁଖ ଏକ ନିର୍ମାଣାଧୀନ ଘରେ ଘଟିଛି ।  

ସୂଚନାନୁସାରେ, ମୌଳାଭଞ୍ଜା ଗାଁର ଜଗନ୍ନାଥ ପଣ୍ଡାଙ୍କ ଘର ଉପରେ ୧୧ କେଭି ତାର ଯାଇଛି । ଆଜି ଯେତେବେଳେ ମିସ୍ତ୍ରୀ କାମ କରୁଥିଲେ ସେତେବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବମିସ୍ତ୍ରୀ ଜଣକ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକ ତାଙ୍କୁ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ । ଦିଗପହଣ୍ଡି ଥାନା ପୁଲିସ ଘଟଣାର ତଦନ୍ତ କରୁଥିବା ବେଳେ କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଡାକ୍ତରଖାନା । ଭେଣ୍ଡିଆ ପୁଅକୁ ହରାଇ ନାରାୟଣଙ୍କ ମାଆ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି । ଗରିବ ପରିବାର ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.