ପ୍ରମୂଖ ଖବର
  • ରାଜଧାନୀରେ ଧରାପଡ଼ିଲେ ନକଲି DSP, ୨ଲକ୍ଷରୁ ଅଧିକ ନକଲି ଟଙ୍କା ସହ ପୋଲିସ ୟୁନିଫର୍ମ ଜବତ
  • ||
  • ବିଧାନସଭା ବଜେଟ୍ ଅଧିବେଶନ: ଆଜି ବି ଚାଲିପାରିଲାନି ପ୍ରଶ୍ନକାଳ, ୧୨ଟା ୯ ମିନିଟ୍ ଯାଏ ଗୃହ ମଲତବୀ
  • ||
  • ଗଞ୍ଜାମ : ପାହାଡ଼ ତଳୁ ନରକଙ୍କାଳ ଉଦ୍ଧାର ଘଟଣା: ମିଳିଲା ନାବାଳିକାଙ୍କ ପରିଚୟ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଉଦଳା : ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼: ୪ ଶିକାରୀ ଗିରଫ
  • ||
  • ଆମେରିକାର ଏକଚାଟିଆ ନୀତିକୁ କରାଯିବନି ବରଦାସ୍ତ: ୟୁରୋପର ଦୀର୍ଘମିଆଦୀ ରଣନୀତି, ଅସ୍ତ୍ର ଭଣ୍ଡାର ୩୦% ବଢ଼ାଯିବ
  • ||
  • ଦୁଇ ଦିନର ବିରତି ପରେ ସରଗରମ ହେବ ବିଧାନସଭା, ନାରୀ ନିର୍ଯାତନା ପ୍ରସଙ୍ଗରେ କମ୍ପିବ ଗୃହ
  • ||
  • ଆଇପିଏଲ୍‌ ୨୦୨୫: ଆଜି କ୍ୟାପିଟାଲ୍ସ- ସୁପରଜାଏଣ୍ଟ୍‌ସ ଫାଇଟ୍, ପୁରୁଣା ଦଳ, ନୂଆ ପ୍ରତିଦ୍ୱନ୍ଦ୍ୱୀ ମଧ୍ୟରେ ହେବ ଟକ୍କର
  • ||
  • ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆଜି କଣ୍ଟିଲୋରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ସୋମବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ମଙ୍ଗଳବାରଠାରୁ ବଢ଼ିବ ତାତି
  • ||

SOA University: ପ୍ରକାଶ ପାଇଲା ଟିଏଚ୍‌ଇ ୱାର୍ଲ୍ଡ ରେପୁଟେସନ୍ ରାଙ୍କିଙ୍ଗସ; ଦେଶର ସର୍ବୋଚ୍ଚ ୪ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନ ପାଇଲା ସୋଆ ବିଶ୍ୱ ବିଦ୍ୟାଳୟ

Published By : Bijay Swain | February 19, 2025 7:16 PM

ଭୁବନେଶ୍ୱର,୧୯/୦୨: ଶିକ୍ଷା, ସ୍ୱାସ୍ଥ୍ୟସେବା ଏବଂ ଗବେଷଣା କ୍ଷେତ୍ରରେ ଏକ ଭିନ୍ନତା ସୃଷ୍ଟି କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ମଙ୍ଗଳବାର ପ୍ରକାଶିତ ଟାଇମ୍‌ସ ହାୟାର ଏଜୁକେସନ୍ (ଟିଏଚ୍‌ଇ) ୱାର୍ଲ୍ଡ ରେପୁଟେସନ୍ ରାଙ୍କିଙ୍ଗସ ୨୦୨୫ ତାଲିକାରେ ଦେଶର ୪ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ସୋଆ ସ୍ଥାନିତ ହୋଇଛି। 

ଏହି ତାଲିକାରେ ସୋଆ ବ୍ୟତୀତ ସ୍ଥାନ ପାଇଥିବା ଦେଶର ଅନ୍ୟ ୩ଟି ଶିକ୍ଷାନୁଷ୍ଠାନ ହେଉଛି ବେଙ୍ଗାଲୁରୁ ସ୍ଥିତ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍‌ସ, ଦିଲ୍ଲୀ ସ୍ଥିତ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଏବଂ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ମାଡ୍ରାସ୍‌। ଦେଶର କେବଳ ଏହି ୪ଟି ଶିକ୍ଷାନୁଷ୍ଠାନ ଏହି ତାଲିକାରେ ସ୍ଥାନ ପାଇଥିବା ବେଳେ ସୋଆ ହେଉଛି ଏକମାତ୍ର ଘରୋଇ ଶିକ୍ଷାନୁଷ୍ଠାନ। ଏହି ୪ଟି ଶିକ୍ଷାନୁଷ୍ଠାନ ୨୦୧-୩୦୦ ରାଙ୍କ ମଧ୍ୟରେ ସ୍ଥାନିତ ହୋଇଛନ୍ତି। ଏହି ବର୍ଷ ୩୮ଟି ଦେଶର ୩୦୦ ଶିକ୍ଷାନୁଷ୍ଠାନକୁ ନେଇ ଏହି ରାଙ୍କିଙ୍ଗସ ପ୍ରସ୍ତୁତ କରାଯାଇଛି। 

ବିଶ୍ୱବ୍ୟାପୀ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟରୁ ଚଳିତ ବର୍ଷର ତାଲିକାରେ ହାରଭାର୍ଡ ବିଶ୍ୱବିଦ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଲଗାତାର ୧୪ ବର୍ଷ ଧରି ସେ ଏହି ସ୍ଥାନ ବଜାୟ ରଖିଛି। ସେହିପରି ମାସାଚୁସେଟ୍‌ସ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏମ୍‌ଆଇଟି) ଏବଂ ୟୁନିଭର୍ସିଟି ଅଫ୍ ଅକ୍ସଫୋର୍ଡ ଯୁଗ୍ମ ଭାବେ ଦ୍ୱିତୀୟ ସ୍ଥାନ ହାସଲ କରିଥିବା ବେଳେ ଷ୍ଟାନ୍‌ଫୋର୍ଡ ୟୁନିଭର୍ସିଟି ଏବଂ ୟୁନିଭର୍ସିଟି ଅଫ୍ କେମ୍ବ୍ରିଜ ଯୁଗ୍ମ ଭାବେ ଚତୁର୍ଥ ସ୍ଥାନ ଅଧିକାର କରିଛି। 

୨୦୨୪ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ ରାଙ୍କିଙ୍ଗସ ଫ୍ରେମ୍‌ୱାର୍କ (ଏନଆଇଆରଏଫ୍‌)ରେ ସୋଆ ସାରା ଦେଶରେ ୧୪ ତମ ସ୍ଥାନରେ ରହିଥିବା ବେଳେ ନ୍ୟାସ୍‌ନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନ୍‌ସିଲ (ନାକ୍‌) ଦ୍ୱାରା ସର୍ବୋଚ୍ଚ ଗ୍ରେଡ ଏ++ ଦ୍ୱାରା ପୁନଃସ୍ୱୀକୃତି ପାଇଛି। ସେହିପରି ସୋଆ ୨୦୨୨ ରେ ୟୁନିଭର୍ସିଟି ଗ୍ରାନ୍‌ଟସ କମିସନ୍ (ୟୁଜିସି) ପକ୍ଷରୁ କ୍ୟାଟେଗୋରୀ ୧ ଗ୍ରେଡେଡ୍ ଅଟୋନୋମୀ ଷ୍ଟାଟସ୍ ମାନ୍ୟତା ପାଇଛି। ଏହି ବିଶ୍ୱବିଦ୍ୟାଳୟ ବିଶ୍ୱ ସ୍ତରରେ କ୍ୟୁଏସ୍ ଏବଂ ଟିଏଚ୍‌ଇ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗସରେ ମଧ୍ୟ ସ୍ଥାନ ପାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.