PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସାମ-ଅରୁଣାଚଳ ସୀମାରେ ଫାୟାରିଂ , ୨ ମୃତ ଓ ୩ ନିଖୋଜ
  • ||
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ !

ମନମୁଣ୍ଡା, ୩୧।୩: ମନମୁଣ୍ଡା ଥାନା ଶିମିଳିପଦର ପଞ୍ଚାୟତ ପଥର୍ଲା ଗ୍ରାମର ଏକ ଘରୁ ଆଜି ଜଣେ ଯୁବତୀଙ୍କ ଝୁଲାନ୍ତ ମୃତଦେହ ଉଦ୍ଧାର କରାଯାଇଛି । ମୃତକା ଉକ୍ତ ଗ୍ରାମର ଜଗବନ୍ଧୁ ବାଘଙ୍କ ୨୦ ବର୍ଷୀୟ ଝିଅ ମାମି ବାଘ ବୋଲି ଜଣାପଡ଼ିଛି । ପରିବାରବର୍ଗ  ଆଜି ଅପରାହ୍ନ ସମୟରେ କାମାଧାମରୁ ଫେରି ଘଟଣା ଦେଖି ପୁଲିସକୁ ସୂଚନା ଦେଇଥିଲେ ।

ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିବାବେଳେ ତାହାର ତଦନ୍ତ ଚଲାଇଛି । ସୂଚନା ଅନୁସାରେ, ଆଜି ମଧ୍ୟାହ୍ନ ସମୟରେ ମାମି ବାଘଙ୍କ ବ୍ୟତୀତ ଘରେ ଅନ୍ୟ କେହି ନ ଥିଲେ । ଏହାର ସୁଯୋଗ ନେଇ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମାମି କିଛି ଦିନ ହେବ ମାନସିକ ବିକୃତ ଥିଲେ । ତାଙ୍କ ବାପା ମାଆ ଓ ଦୁଇ ଭାଇ କୌଣସି କାମରେ ବାହାରକୁ ଯାଇଥିବା ସମୟରେ ଘରେ ଏକୁଟିଆ ଥିବା ସୁଯୋଗ ନେଇ ଘର ଛାତରେ ଥିବା ଲୁହା ହୁକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ପରିବାର ବର୍ଗ କହିଛନ୍ତି ।