ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଟ୍ରକ୍ ଧକ୍କାରେ ଯୁବକ ମୃତ, ଗାଡି ଜାଳିଦେଲେ ଗ୍ରାମବାସୀ, ଲାଠି ଚାର୍ଜ କଲା ପୋଲିସ

କେନ୍ଦୁଝର ସଦର, ୫/୪ : ଟ୍ରକ୍ ଧକ୍କାରେ ଯୁବକ ମୃତ। କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ବାଂଶପାଳ ବ୍ଲକ ରାୟଗୋଡା ପଞ୍ଚାୟତ ଅଁରା ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବିନିନ୍ଦା ଗ୍ରାମର ସନ୍ତୋଷ ଦେହୁରୀ (୨୫ବର୍ଷ)ଙ୍କ ମୃତ୍ୟୁ ଘଟିଛି। ଫଳରେ ଉତ୍ତ୍ୟକ୍ତ ଲୋକେ ଟ୍ରକ୍‌ଟିକୁ ଜାଳି ଦେଇ ଶବ ରଖି ରାସ୍ତାରୋକ କରିଛନ୍ତି।

ସୂଚନାନୁଯାୟୀ, ବିନିନ୍ଦା ଗ୍ରାମର ସନ୍ତୋଷ ଦେହୁରୀଙ୍କୁ ଏକ ଟ୍ରକ୍ ଚାପିଦେବାରୁ ତାଙ୍କର ଘଟଣା ସ୍ଥଳରେ ମୃତୁ ହୋଇଛି। ତାଙ୍କର ଅଣ୍ଟାଠୁ ଉପର ଦେହ ମୁଣ୍ଡ ସମ୍ପୂର୍ଣ୍ଣ ଖଣ୍ଡ ଖଣ୍ଡ ହୋଇ ମାଟିରେ ମିଶି ଯାଇଛି। ଏହି ହୃଦୟ ବିଦାରକ ଦୃଶ୍ୟ ଦେଖି ଉତ୍ୟକ୍ତ ଲୋକେ ଟ୍ରକଟିକୁ ନିଆଁ ଲଗାଇ ଦେଇଥିବାରୁ ଟ୍ରକ୍‌ଟି ସମ୍ପୂର୍ଣ୍ଣ  ଜଳିଯାଇଛି। ପରିବାର ଲୋକେ ଏବଂ ଗ୍ରାମବାସୀ ରାତି ସାରା ଶବକୁ ଜଗି ରହି କ୍ଷତିପୂରଣ ଦାବିରେ ଆନ୍ଦୋଳନ କରିବା ସହ ଉତ୍ତେଜନା ଲାଗି ରହିଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ହେଁ ପରିସ୍ଥିତି ନିୟନ୍ତ୍ରଣ ହୋଇନଥିଲା। କିଛି ସମୟ ଧରି ଲାଠିଚାର୍ଜ ମଧ୍ୟ ହୋଇଥିଲା। ଏଥିରେ କିଛି ପୁଲିସ୍ ଏବଂ ଗ୍ରାମବାସୀ ଆହତ ହୋଇଥିବା ପ୍ରାଥମିକ ସୂଚନା ମିଳିଥିବା ବେଳେ ଦୁର୍ଘଟଣା ସ୍ଥଳରୁ ପୁଲିସ ୨୫ ଜଣଙ୍କୁ ଗିରଫ କରିଛି। ଦୁର୍ଘଟଣା ସ୍ଥଳରେ ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣ ରହିଥିବା ଜଣାପଡିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.